ସୌରଭିତ ସୃଷ୍ଟି: ଜାତୀୟଗୌରବ ଶତାବ୍ଦୀର ସୂର୍ଯ୍ୟ କୁଳବୃଦ୍ଧ ମଧୁସୁଦନ ଦାସ

ଉତ୍କଳୀୟ ଜନଜାଗରଣ କ୍ଷେତ୍ରରେ ମଧୁବାବୁ ଥିଲେ ମନ୍ତ୍ରଦାତା, ଉତ୍କଳୀୟ ଜାତୀୟତାର ବ୍ୟାଖ୍ୟାକାର, ତାଙ୍କର ଲେଖା ଓ ଭାଷଣରେ ଥିଲା ମନ୍ତ୍ରର ଉଦାତ୍ତ ଉଚ୍ଚାରଣ ପରି ବିଖଣ୍ଡିତ ଓଡ଼ିଆ ଜାତିର ଏକତ୍ରୀକରଣ ପାଇଁ ପ୍ରବଳ ଉଦ୍ଦୀପନାର ବାଣୀ, ଯାହାକୁ ଆଧାର କରି ସେ ଆରମ୍ଭ କରିଥିଲେ ଓଡ଼ିଆ ଜାତିର ମୁକ୍ତିର ଦୁର୍ବାର ସଂଗ୍ରାମ । ତାଙ୍କ ଅମର କବିତା ଉତ୍କଳ ସନ୍ତାନ . . 

ତୁ ପରା ବୋଲାଉ ଉତ୍କଳ ସନ୍ତାନ
ତେବେ କିମ୍ପା ତୁହି ଭୀରୁ,
ତୋହର ଜନନୀ ରୋଦନ କରିଲେ
କହିବାକୁ କିମ୍ପା ଡରୁ ?

ତୋ ପୂର୍ବପୁରୁଷେ ବୀର ପଣିଆରେ
ଲଭିଥିଲେ କେତେ ଖ୍ୟାତି,
ହାକିମ ନିକଟେ ଦୁଃଖ କହିବାକୁ
କିମ୍ପା ଥରେ ତୋର ଛାତି ?

ତୋ ପୂର୍ବପୁରୁଷେ ଜୟ କରିଥିଲେ
ଗଙ୍ଗା ଠାରୁ ଗୋଦାବରୀ,
ତାଙ୍କର ଔରସେ ଜନ୍ମହୋଇ ତୁହି
କେଉଁଗୁଣେ ତାଙ୍କୁ ସରି ?

ତୁ ମନେ ଭାବିଛୁ ତୋଷାମଦ କରି
ବଢାଇବୁ ଜାତି ମାନ,
ତୋଷାମଦିଆର କୁକୁର ପ୍ରକୃତି
ଅଇଁଠା ପତରେ ଧ୍ୟାନ ।

ତୋଷାମଦକାରୀ କ୍ଷିପ୍ତ ଶ୍ୱାନ ପରି
ସହଜେ ଚିହ୍ନା ନ ଯାଏ,
ଭୃତ୍ୟଭାବ ଧରି ଗୋଡ ଚାଟୁ ଚାଟୁ
ବିଷ ଲେପି ଦେଇଥାଏ ।

ତୋଷାମଦ ଅଟେ ଅନ୍ଧାର ଗୋହିରି
ସ୍ୱାର୍ଥ ତହିଁ ଲୁଚି ବସେ,
ସରଳ ପଥିକ ବାଟରେ ଭେଟିଲେ
ଅକାତରେ ତାକୁ ନାଶେ ।

ଜାତିର ଉନ୍ନତି ହେବ କିରେ ଭାଇ
ସ୍ୱାର୍ଥକୁ ଜଗତ ମଣି ?
ଗୋଦର ଗୋଡରେ ମାଉଁସ ଲାଗିଲେ
ଦେହର କି ଶୁଭ ଗଣି ?

ଜାତିର ଉନ୍ନତି ସେ କାହୁଁ କରିବ
ସ୍ୱାର୍ଥେ ଯାର ବ୍ୟସ୍ତ ମନ,
ଶାଗୁଣା ବିଲୁଆ ଚିକିତ୍ସକ ହେଲେ
ଶବ କି ପାଇବ ପ୍ରାଣ ?

ଜାତି ନନ୍ଦିଘୋଷ ଚଳିବ କି ଭାଇ
ସ୍ୱାର୍ଥକୁ ସାରଥୀ କଲେ,
ଟାଣେ କିରେ ଗାଡି ଦାନାର ତୋବଡା
ଘୋଡା ମୁହେଁ ବନ୍ଧା ଥିଲେ ?

ସ୍ୱାର୍ଥର ବନିତା ଅଟେ ତୋଷାମଦ
ଭୟ ମିଥ୍ୟା ତାଙ୍କ ପୁତ୍ର
ରାଜ୍ୟରେ ବିପ୍ଳବ ନିଶ୍ଚୟ ଘଟିବ
ଏମାନେ ହେଲେ ଏକତ୍ର ।

ଉଠରେ ଉଠରେ ଉତ୍କଳ ସନ୍ତାନ
ଉଠିବୁ ତୁ କେତେ ଦିନେ
ପୂରୁବ ଗୌରବ ପୂରୁବ ସାହସ
ପଡିବ କି କେବେ ମନେ ?

ତୋହରି ଜନନୀ ବୀର ପ୍ରସବିନୀ
ଧୂଳିରେ ପଡିଛି ଦେଖ,
ଏହି ସମାଜରେ ଏ ମହୀ ମଧ୍ୟରେ
କିପରି ଦେଖାଉ ମୁଖ ?

ତୋ ପୂର୍ବ ପୁରୁଷ ସ୍ୱର୍ଗଧାମେ ଥାଇ
ଭୋଗୁଛନ୍ତି ମନସ୍ତାପ,
ତାଙ୍କରି ଜୀବନ କରି ବିସ୍ମରଣ
କରୁଛୁ ତୁ ମନସ୍ତାପ…!!!

ଉପସ୍ଥାପନା: ଦେଵ ତ୍ରିପାଠୀ

#ଧ୍ୱନିପ୍ରତିଧ୍ୱନି

#ମଧୁବାବୁ

Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 weeks ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

3 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago