ଲେଖା: ଅରବିନ୍ଦ ମହାନ୍ତି
ମହାପ୍ରଭୁଙ୍କ ମାନବୀୟ ଲୀଳା ମଧ୍ୟରେ ପ୍ରାବରଣ ଷଷ୍ଠୀ ବା ଓଢ଼ଣଷଷ୍ଠୀ ଉତ୍ସବ ହେଉଛି ଅନ୍ୟତମ ଲୀଳା ଉତ୍ସବ। ଯିଏ ପରମ ବ୍ରହ୍ମ ନିରାକାର ପରମାତ୍ମା ତାଙ୍କୁ ସାଧାରଣ ଜୀବ ମାନଙ୍କ ପରି ଶୀତ ଅନୁଭୂତ ହୁଏ। ସତରେ କଣ ଏହା ସମ୍ଭବ କି ? ଯା ଠାରୁ ସମସ୍ତ ସଂସାର ଉତ୍ପନ୍ନ ସେ ଛାର ଶୀତର ଅଧୀନ ହେବା କିଛି ଆଶ୍ଚର୍ଯ୍ୟ କଥା ନୁହେଁ।
ଋତୁ ମାନଙ୍କ ପ୍ରଭାବ ସଂସାରରେ ସମସ୍ତଙ୍କୁ ଉଣା ଅଧିକେ ଅନୁଭୂତ ହୁଏ। ଯାହାଦ୍ୱାରା ପ୍ରକୃତିରେ ବିଭିନ୍ନ ପରିବର୍ତ୍ତନ ମାନ ହୋଇଥାଏ। ପ୍ରତ୍ୟେକ ଋତୁ ମାନଙ୍କ କର୍ତ୍ତ୍ୟବ୍ୟକୁ ସମ୍ମାନ ଜଣାଇ ମହାପ୍ରଭୁଙ୍କ ଋତୁ ଅନୁଯାୟୀ ବେଶ ଓ ଉତ୍ସବ ମାନ ଅନୁଷ୍ଠିତ ହୋଇଥାଏ। ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ଓଢ଼ଣଷଷ୍ଠୀ ନାମରେ ପରିଚିତ। ଏହି ସମୟରୁ ଅଧିକ ଶୀତ ଅନୁଭୂତ ହେଉଥିବାରୁ ଏହି ଦିନୁ ମହାପ୍ରଭୁ ମାନଙ୍କ ସହିତେ ସବୁ ଦେବାଦେବୀଙ୍କ ଘୋଡଲାଗି ଅନୁଷ୍ଠିତ ହୋଇଥାଏ। ଶ୍ରୀକ୍ଷେତ୍ରେ ମହାପ୍ରଭୁଙ୍କ ଘୋଡ଼ଲାଗି ଆଜିଠାରୁ ଆରମ୍ଭ ହୋଇ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ। ଏହା ମହାପ୍ରଭୁ ଜଗନ୍ନାଥଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ହେଉଛି ଅନ୍ୟତମ ଯାତ୍ରା। ସମସ୍ତ ସପ୍ତଧା ବିଗ୍ରହ ସହିତେ ଶ୍ରୀ କ୍ଷେତ୍ରର ସମସ୍ତ ଦେବାଦେବୀଙ୍କୁ ଘୋଡ଼ଲାଗି ଅନୁଷ୍ଠିତ ହୋଇଥାଏ। ଏକାମ୍ର କ୍ଷେତ୍ରରେ ମହାପ୍ରଭୁ ଲିଙ୍ଗରାଜଙ୍କ ମଧ୍ୟ ଏହା ହେଉଛି ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଯାତ୍ରା। ମହାପ୍ରଭୁ ଏହିଦିନ ନୂତନ ଘୋଡ଼ ପରିଧାନ କରିଥାନ୍ତି। ଏହି ଘୋଡ଼ଲାଗି ପ୍ରାବରଣ ଷଷ୍ଠୀରୁ ଆରମ୍ଭ ହୋଇ ଶିବରାତ୍ରୀ ପର୍ଯ୍ୟନ୍ତ ପାଳିତ ହୋଇଥାଏ। ସମସ୍ତ ଶିବାଳୟରେ ଓ ଦେବୀ ମନ୍ଦିରରେ ଘୋଡ଼ଲାଗି ପର୍ବ ଅନୁଷ୍ଠିତ ହୋଇଥାଏ।
ଘୋଡ଼ ଅନ୍ୟ ନିତିଦିନ ବସ୍ତ୍ର ପରି ଏହା ବାରଲାଗି ବର୍ଣ୍ଣ ହୋଇଥାଏ। ସୋମବାର ଶୁକ୍ଳ, ମଙ୍ଗଳବାର  ବାରପାଟିଆ(ପଞ୍ଚରଙ୍ଗି), ବୁଧବାର ସବୁଜ, ଗୁରୁବାର ପୀତ, ଶୁକ୍ରବାର ଧଳା ଛିଟା, ଶନିବାର କଳା ଓ ରବିବାର ନାଲି ରଙ୍ଗର ହୋଇଥାଏ। ପ୍ରତିବର୍ଷ ଏହା ନୂତନ ଭାବେ ନିର୍ମିତ କରାଯାଇଥାଏ।
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

3 weeks ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

4 weeks ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

4 weeks ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

4 weeks ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago