ଉପସ୍ଥାପନା: ବିଶ୍ୱରଞ୍ଜନ ମହାପାତ୍ର

ଗୁପ୍ତେଶ୍ୱର କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ନିକଟରେ ଅବସ୍ଥିତ ଏକ ଶୈବପୀଠ। ସ୍ଥାନଟି କୋରାପୁଟ ଠାରୁ ୮୦ କି.ମି ଓ ଜୟପୁରଠାରୁ ୬୦ କି.ମି. ଦୂର ।

ଗୁପ୍ତେଶ୍ୱର ପାହାଡ଼ର ଶୀର୍ଷଦେଶରେ ଏକ ଗୁମ୍ଫା ମଧ୍ୟରେ ଗୁପ୍ତେଶ୍ୱର ଲିଙ୍ଗ ଅବସ୍ଥିତ । ଛତିଶଗଡ଼ର ଲୋକମାନେ ଏହାଙ୍କୁ ଗୁପ୍ତକେଦାର ବା ‘Hidden God’ ବୋଲି କହିଥାନ୍ତି । ଗୁମ୍ଫା ଭିତରେ ୧୦ଫୁଟ ଗୋଲେଇ ଓ ୩ଫୁଟ ଉଚ୍ଚତାର ଶିବଲିଙ୍ଗ ରହିଛି ।  

ପୌରାଣିକ କଥା ଅନୁଯାୟୀ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣ ଓ ପତ୍ନୀ ସୀତାଙ୍କ ସହିତ ବନବାସ କାଳରେ ଏହି ଗୁମ୍ଫାରେ ଶିବଲିଙ୍ଗ ସ୍ଥାପନ କରି ପୂଜାର୍ଚ୍ଚନା କରିଥିଲେ । ପାହାଡ଼ଠାରୁ ସାମାନ୍ୟ ଦୁରରେ ରାମକୁଣ୍ଡସୀତାକୁଣ୍ଡ ରହିଛି । ଏଠାରେ ରାମ ଓ ସୀତା ସ୍ନାନ କରୁଥିବା ଲୋକକଥାରୁ ଜଣାଯାଏ ।

ଗୁପ୍ତେଶ୍ୱର ପୀଠର ଆଖପାଖ ଆଦିବାସୀ ପଲ୍ଲୀରେ ରହୁଥିବା ଦୁରୁଆ ସମ୍ପ୍ରଦାୟର ଲୋକମାନଙ୍କଦ୍ୱାରା ମହାପ୍ରଭୁ ଗୁପ୍ତେଶ୍ୱରଙ୍କ ସେବାକାର୍ଯ୍ୟ ସମ୍ପନ୍ନ ହୋଇଥାଏ । ଆଉ ଏକ ବିଶେଷତ୍ୱ ହେଲା, ପ୍ରଭୁଙ୍କ ଧର୍ମ ଛତ୍ର ଆଗରେ ଏକ ମହୁଫେଣା ରହିଛି, ଯେଉଁ ମହୁ ଫେଣାରୁ ବର୍ଷକୁ ମାତ୍ର ତିନିଥର ମହୁ ଝରେ । ପୂର୍ବେ ଏହି ମହୁରେ ପ୍ରଭୁଙ୍କ ମାଜଣା କରାଯାଉଥିଲା ।

ଗୁପ୍ତେଶ୍ୱର ଶିବଲିଙ୍ଗ ଓ ପାହାଡ଼ର ପାଦଦେଶରେ ଶାବେରୀ ନଦୀ । ପଡ଼ୋଶୀ ରାଜ୍ୟ ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର କୋଣ ଅନୁକୋଣରୁ ପର୍ଯ୍ୟଟକଙ୍କର ଭିଡ଼ ଏଠାରେ ଲାଗିରହେ । ଗୁମ୍ଫା ଭିତରେ କାଳୀଗାଈ, ସ୍ୱର୍ଗଦ୍ୱାର, ପାରାଭାଡ଼ି, ବାଲିବନ୍ଧ, ଦେବକୁଣ୍ଡ ଇତ୍ୟାଦି ରହିଅଛି ।

ଗୁମ୍ଫା ଅନ୍ଧାରିଆ ହୋଇଥିବାରୁ ସାଙ୍ଗରେ ଟର୍ଚ ଲାଇଟ୍ ଧରି କୌଣସି ଅଭିଜ୍ଞ ପଥପ୍ରଦର୍ଶକଙ୍କ ସହାୟତାରେ ଯିବାକୁ ହୋଇଥାଏ । ଶିବରାତ୍ରି ସମୟରେ ନଦୀରେ ଅସ୍ଥାୟୀ ବାଉଁଶ ଚାଞ୍ଚଡ଼ା ତିଆରି କରାଯାଏ । ଏ ସମୟରେ ଛତିଶଗଡ଼ ଘାଟ ଦେଇ ଅନେକ ପର୍ଯ୍ୟଟକଙ୍କର ଭିଡ଼ ହୁଏ । ଶାବେରୀ ନଦୀ ଓ ନଦୀ ଘାଟରେ ପଥୁରିଆ ଚଟାଣ ମନୋମୁଗ୍ଧକର। ନଦୀଟି ବିପଦପୂର୍ଣ୍ଣ ହୋଇଥିବାରୁ କେବଳ ଶାବେରୀ ଘାଟରେ ଶିକୁଳିକୁ ଧରି ଗୋଧୋଇବାର ବ୍ୟବସ୍ଥା କରାଯାଇଛି।

ଏଠାକାର ମୁଖ୍ୟ ପର୍ବ ହେଲା ଶିବରାତ୍ରି । ଏହା ଛଡ଼ା କାର୍ତ୍ତିକପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, ଆଦି ମଧ୍ୟ ଏଠାରେ ପାଳିତ ହୋଇଥାଏ ।ଯିବା ଆସିବା କରିବାପାଇଁ ଜୟପୁରଠାରୁ ସବୁଦିନିଆ ଯାନବାହନ ବ୍ୟବସ୍ଥା ରାମଗିରି ପର୍ଯ୍ୟନ୍ତ ରହିଛି । ଅବଶିଷ୍ଟ ୧୩କି.ମି. ପାଦରେ ଚାଲି ଚାଲି କିମ୍ବା ଭଡ଼ାଗାଡ଼ିରେ ଯିବାକୁ ହୋଇଥାଏ । ତେବେ କୋରାପୁଟ ସେମିଳିଗୁଡ଼ାଠାରୁ ମଧ୍ୟ ଯାନବାହାନର ସୁବିଧା ରହିଛି ।                    

ଗୁପ୍ତେଶ୍ଵର ମନ୍ଦିର ବିଷୟରେ କିଛି ତଥ୍ୟ:
୧. ଶିବ ଲିଙ୍ଗର ଉଚ୍ଚତା ସମୟର ସହ ବଢୁଛି ।
୨.ବିଶ୍ୱାସ କରାଯାଏ ରାତ୍ରି ସମୟରେ ବାଘ, ହାତୀ, ଭାଲୁ ଭଳି ଜନ୍ତୁ ମନ୍ଦିରକୁ ଜଗିଥାନ୍ତି ।
୩.ଗୁପ୍ତେଶ୍ଵରର ଅର୍ଥ ହେଉଛି ଗୁପ୍ତରେ ଥିବା ଭଗବାନ, ଏପରି ନାମର କାରଣ ହେଉଛି ଏହି ମନ୍ଦିର ଅନେକ ଦିନ ପର୍ଯ୍ୟନ୍ତ ଅଜଣା ଥିଲା I
୪.ମନ୍ଦିରରେ ଏକ ଗୁମ୍ଫା ରହିଛି, ବିଶ୍ୱାସ କରାଯାଏ ଏହି ଗୁମ୍ଫାଟି ବହୁତ ବଡ଼ ଓ ଆଜି ପର୍ଯ୍ୟନ୍ତ ଏହା ଶେଷ ଭାଗକୁ କିଏ ମଧ୍ୟ ଯାଇନାହିଁ ଓ ଏହା ଭିତରେ ବିଭିନ୍ନ ଜନ୍ତୁ ଅଛନ୍ତି ।
୫. ଏହି ମନ୍ଦିରରେ ଏକ ଗାଈର ପ୍ରତିମା ଅଛି ଯେଉଁଥିରୁ ବର୍ତମାନ ପାଣି ବାହାରୁଚି, ବିଶ୍ୱାସ କରାଯାଏ ପୂର୍ବରୁ ଏଥିରୁ ଖୀର ବାହାରୁଥିଲା ।
ତଥ୍ୟ: ସୁନିଲ୍ ମାହାଳିକ୍
Spread the love
admin

Recent Posts

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

13 hours ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

2 days ago

ଦଶପଲ୍ଲା ଗଡ଼

ଦଶପଲ୍ଲା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଅଧୁନା ନୟାଗଡ଼ ଜିଲ୍ଲା ପୂର୍ବରୁ ଚାରି ଗଡଜାତରେ ବିଭକ୍ତ ଥିଲା ଯଥା,…

5 days ago

ମା’ ଚର୍ଚ୍ଚିକା

~ ବାଙ୍କୀଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା' ଚର୍ଚ୍ଚିକା ଠାକୁରାଣୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ବା ଉତ୍କଳ…

7 days ago

ଓଡ଼ିଆ ସାହିତ୍ୟର ଇତିହାସ

~ ଓଡ଼ିଆ ସାହିତ୍ୟର ଇତିହାସ ~ ଉପସ୍ଥାପନା: ନିରଞ୍ଜନ ସାହୁ ସାହିତ୍ୟ ହେଉଛି ମୂଳତଃ ମଣିଷର। ଜୀବନର ବିବିଧ ପରିଧି…

1 week ago

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି ଉପସ୍ଥାପନା: ଅନିଲ କୁମାର ପାଣିଗ୍ରାହୀ ଆବିର୍ଭାବ: ୧୧ ଅଗଷ୍ଟ ୧୯ଠ୬ ତିରୋଧାନ: ୬ ଏପ୍ରିଲ ୧୯୯୪…

1 week ago