ଲେଖା: ଦେଵ ତ୍ରିପାଠୀ
ପଦ୍ମଭୂଷଣ ଡ଼ଃ ଗୋପୀନାଥ ମହାନ୍ତି I ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ସ୍ଵାଧୀନତା ପରବର୍ତ୍ତୀ କାଳର ସାଧାରଣ ଲୋକ, ଆଦିବାସୀ ଓ ଅନ୍ୟାନ୍ୟ ଜନଜାତିର ଗାଉଁଲି ସରଳ, ନିରଳସ ଜୀବନଧାରଣ ଆଦିକୁ ନେଇ ତାଙ୍କ ରଚନା ସମୃଦ୍ଧ ହୋଇଥିଲା । ତାଙ୍କ ଲେଖାରେ ଓଡ଼ିଆ ଚଳଣି, ସମତଳ ଓ ପାହାଡ଼ି ଜୀବନର କାହାଣୀ, ସାଧାରଣ ମଣିଷର କଥାଭାଷା ଆଦିର ବ୍ୟବହାର ଦେଖିବାକୁ ମିଳିଥାଏ ।
ଗୋପୀନାଥଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ “ପରଜା”, “ଦାଦିବୁଢ଼ା”, “ଅମୃତର ସନ୍ତାନ”, “ଛାଇଆଲୁଅ” ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ ।
ସେ ୨୪ଟି ଉପନ୍ୟାସ, ୧୦ଟି କ୍ଷୁଦ୍ରଗଳ୍ପ, ୩ଟି ନାଟକ, ୨ଟି ଆତ୍ମଜୀବନୀ, ୨ଟି ନିବନ୍ଧ, କନ୍ଧ, ଗଡ଼ବା, ସଉରାଙ୍କ ଭାଷା ଉପରେ ୫ଟି ବହି ଲେଖିଥିଲେ । ଲିଓ ଟଲଷ୍ଟୟଙ୍କ “ଉଆର ଆଣ୍ଡ ପିସ”କୁ ଓଡ଼ିଆରେ ଅନୁବାଦ କରିଥିଲେ (ଯୁଦ୍ଧ ଓ ଶାନ୍ତି, ୩ଟି ଖଣ୍ଡ, ୧୯୮୫-୮୬) ଓ ତାଙ୍କର ଆଉ ଏକ ଅନୁବାଦ କୃତି ଥିଲା ଟାଗୋରଙ୍କ “ଯୋଗାଯୋଗ” ।
ଗୋପୀନାଥଙ୍କ ଅନବଦ୍ୟ ଓ ଅମର ଉପନ୍ୟାସ ଗୁଡ଼ିକ ମଧ୍ୟରେ “ମନ ଗହୀର ଚାଷ” (୧୯୪୦ରେ ପ୍ରକାଶିତ ତାଙ୍କର ପ୍ରଥମ ଉପନ୍ୟାସ), “ଦାଦିବୁଢ଼ା”, “ପରଜା”, “ଅମୃତର ସନ୍ତାନ”  (କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ), “ହରିଜନ”, “ଶରତବାବୁଙ୍କ ଗଳି”, “ରାହୁର ଛାୟା”, “ଦୁଇପତ୍ର”, “ସପନମାଟି”, “ଦାନାପାଣି”, “ଲୟ ବିଲୟ”, “ମାଟିମଟାଳ”, “ଦିଗଦିହୁଡ଼ି”, “ବୁନ୍ଦାଏ ପାଣି” ଇତ୍ୟାଦି ଅନ୍ୟତମ I
ତାଙ୍କର ଅନେକ ଗପ ମଧ୍ୟ ଇଂରାଜୀ ଓ ବାକି ଭାଷାରେ ଅନୁବାଦ କରାଯାଇଛି । ତେବେ ନିରୁତା ଓଡ଼ିଆ ଭାଷାର ବ୍ୟବହାରରେ ବଳିଷ୍ଠ ତାଙ୍କଲେଖାକୁ ଅନୁବାଦ କଲାବେଳେ ଅନୁବାଦକମାନଙ୍କୁ ତାଙ୍କ ଲେଖାର ସେହି ଭାବକୁ ଅଣଓଡ଼ିଆ ପାଠକମାନଙ୍କ ପାଖରେ ପହଞ୍ଚାଇବାକୁ ଅନେକ କଷ୍ଟ ସ୍ଵୀକାର କରିବାକୁ ପଡ଼ିଛି ।
ସେହି ମହାନ ସାହିତ୍ୟକ ଗୋପୀନାଥ ମହାନ୍ତି ୧୯୧୪ ମସିହା ଅପ୍ରେଲ ୨୦ରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୯୯୧ ମସିହା ଅଗଷ୍ଟ ୨୦ ତାରିଖରେ ଇହଲୀଳା ସମ୍ବରଣ କରିଥିଲେ ।
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

1 month ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

1 month ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

2 months ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

2 months ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

2 months ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

2 months ago