ଲେଖା: ଶିଶିର ସାହୁ ମନୋଜ

ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ବିଂଶ ଶତାବ୍ଦୀରେ ସଂକଳିତ ହୋଇଥିବା ଏକ ଵିଶାଳ ଶବ୍ଦଭିତ୍ତିକ ଜ୍ଞାନକୋଷ । ଏହି ଭାଷାକୋଷରୁ ତତକାଳୀନ ସମୟର ଅନେକ କଥା ଵିଷୟରେ ତଥ୍ୟ ମିଳିଯାଇଥାଏ । ଆଜକୁ ୧୦୦ ଵର୍ଷ ତଳେ ନଥିବା ଅନେକ ଚଳଣି ଏବଂ ୧୦୦ ଵର୍ଷ ପୂର୍ଵର ଵିସ୍ମୃତ ଚଳଣି ଵିଷୟରେ ତର୍ଜମା କରିବା ପାଇଁ ଏହି ଭଳି ପୁରୁଣା ପୁରୁଣା ପୁସ୍ତକର ଅଧ୍ଯୟନ କରିବାକୁ ହୋଇଥାଏ ।

ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଓଡ଼ିଶାର ଘରେ ଘରେ ପରିଚିତ ଏକ ଚଳଣି ଵିଷୟରେ ଜାଣିବାକୁ ଉଣ୍ଡିଲାରୁ ଏଵଂ ଏହି ଵିଶାଳକାୟ ଶବ୍ଦଗ୍ରନ୍ଥର ପୃ-୨୭୯୫ ତଥା ପୃ-୮୧୫୦ ରେ ଏହି ପର୍ଵ ସମ୍ଵନ୍ଧିତ ଦୁଇଗୋଟି ଶବ୍ଦ ମିଳିଲା,
୧. ଛାଡ଼ଖାଇ
୨. ସଭାଖାଈ (ସଵାଖାଇ, ସବାଖାଈ)

ଛାଡ଼ଖାଇ ଓ ସଭାଖାଈ ତଳେ ଦ୍ରଷ୍ଟଵ୍ୟ ପ୍ରାୟ ସମାନ । ସଭାଖାଈ ଶବ୍ଦଟି ଗଞ୍ଜାମ ଅଞ୍ଚଳର ତଥା ଏହା ସଵାଖାଇ ଶବ୍ଦ ସହ ସମଧୃତ ବୋଲି ଭାଷାକୋଷରେ ଉଲ୍ଲେଖ ରହିଛି ।

★ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଛାଡ଼ଖାଇ ଶବ୍ଦ ତଳେ ଥିବା ଦ୍ରଷ୍ଟଵ୍ୟ: “ହବିଷିଆଳିମାନେ କାର୍ତ୍ତିକମାସ ଯାକ ଵ୍ରତ କରିଥିବା ଯୋଗୁଁ ଯେଉଁ ଯେଉଁ ଖାଦ୍ଯ ଛାଡ଼ିଥାଆନ୍ତି ତାହା ‘ଛାଡ଼ଖାଇ’ ଦିନ ଖାଆନ୍ତି ।”

★ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ‛ସଭାଖାଇ’ ଶବ୍ଦ ତଳେ ଥିବା ଦ୍ରଷ୍ଟଵ୍ୟ:
‛ଛାଡ଼ଖାଇ; କାର୍ତ୍ତିକ ମାସରେ ହବିଷ୍ଯ (ନିରାମିଷ ଭୋଜନ) କରୁଥିବା ବ୍ଯକ୍ତିମାନେ କାର୍ତ୍ତିକ ପୁର୍ଣ୍ଣିମା ବାସୀ ଦିନ ହବିଷ୍ଯ ଵ୍ରତ ଉଦଯାପନ କରିବା ଉପଲକ୍ଷ୍ୟରେ ବନ୍ଧୁବାନ୍ଧବମାନଙ୍କୁ ନିମନ୍ତ୍ରଣ କରି ସେମାନଙ୍କ ସଙ୍ଗେ ସମସ୍ତ ପ୍ରକାର ଖାଦ୍ଯ ଖାଇବା ରୂପକ ଉତ୍ସଵ’

ଏଠାରେ ଧ୍ୟାନ ଦେଲା ଭଳିଆ ଦିଗ, ଯଥା:-
■ କାର୍ତ୍ତିକମାସ ଯାକ ଵ୍ରତ କରି ମାର୍ଗଶିର ମାସରେ ସେମାନେ ଏହି ମାସରେ ଛାଡ଼ କରିଥିବା ଖାଦ୍ୟ ଭକ୍ଷଣ କରିଥାନ୍ତି ।

■ ଏହି ଦିନ ବନ୍ଧୁବାନ୍ଧବଙ୍କୁ ନିମନ୍ତ୍ରଣ କରି ସେମାନଙ୍କ ସହିତ ସମସ୍ତ ପ୍ରକାରର ଖାଦ୍ୟ ଖାଅନ୍ତି ।

◆◆◆ଉଭୟ ଦ୍ରଷ୍ଟଵ୍ୟର ନିଷ୍କର୍ଷ:
■ ଉଭୟ ଦ୍ରଷ୍ଟଵ୍ୟରେ ଜାଣିଶୁଣି ହେଉ କି ଅନ୍ୟ କାରଣଵଶତଃ ମାଂସ କି ମାଛର ଉଲ୍ଲେଖ କରାଯାଇନାହିଁ । 
■ହବିଷିଆଳମାନେ ତତକାଳୀନ କାଳରେ ଆଜି ଅପେକ୍ଷା ଅଧିକ ଧାର୍ମିକ ହୃଦୟ ଵିଶେଷତଃ ବ୍ରାହ୍ମଣ ଆଦି ଉଚ୍ଚପରିବାରର ହେଉଥିବା ହେତୁରୁ ନିଶ୍ଚିତ ମାଂସ ମାଛ ଭକ୍ଷଣ କରୁ ନଥାଇପାରନ୍ତି ଏଵଂ ମାଂସ ମାଛ ପରି ଶରୀରରେ ଉତ୍ତେଜନା ବୃଦ୍ଧି କରୁଥିବା ତଥା ଲାଳୁଆ ଖାଦ୍ୟପଦାର୍ଥ (ପିଆଜ, ରସୁଣ, ପୋଈ ଓ ଲାଉ ଆଦି) ଏହି ମାସରେ ତ୍ୟାଗ କରିଦେଉଥିଲେ (ଵର୍ତ୍ତମାନ ବହୁ ସଂଖ୍ୟକ ସନାତନୀ ମାଂସଭକ୍ଷକ ହୋଇଯାଇଛନ୍ତି, ଏମନ୍ତ କି ଉଚ୍ଚକୁଳର ଲୋକେ ସୁଦ୍ଧା ଵର୍ଜିତ ହୋଇଥିବା ଜୀଵଙ୍କର ମାଂସଭକ୍ଷଣ କରିବାକୁ କୁଣ୍ଠାଵୋଧ କରୁନାହାନ୍ତି !)

■ ସେତେବେଳେ ନୂଆଖାଈରେ ସବୁ ବନ୍ଧୁବାନ୍ଧବଙ୍କ ସହିତ ମିଳିମିଶି ଯେମିତି ପର୍ଵ ପାଳନ ହେଉଥିଲା ତଦନୁରୂପ ଛାଡ଼ଖାଇ ଦିନ ବି ଏହି ଵ୍ରତର ଉଦଯାପନ ବନ୍ଧୁଜନଙ୍କ ସହିତ ମିଳିମିଶି କରାଯାଉଥିଲା ଯାହା ଆଜିରେ ଆଉ ଅଧିକାଂଶ ସ୍ଥାନରେ ହେଉନାହିଁ !

■ ବହୁତ ସମ୍ଭଵ, ଛାଡ଼ଖାଇ ଦିନ ନିରାମିଷ ଖାଦ୍ୟ ଭକ୍ଷଣ ଯାଏଁ ଲୋକମାନେ ବନ୍ଧୁବାନ୍ଧବଙ୍କ ସହ ମିଳିମିଶି ଏ ପର୍ଵ ପାଳୁଥିବେ ଏଵଂ ପରଵର୍ତ୍ତୀକାଳରେ ଉତ୍ତର ଭାରତୀୟଙ୍କ ଦେଖାଦେଖି ଆଧୁନିକତା ନାମରେ ‛ଅତି ମାଂସ ମତ୍ସ୍ୟ ଭକ୍ଷକ’ ହେଲାରୁ ସ୍ଵ ସ୍ଵ ଗୃହରେ ଆମିଷ କରି ଭକ୍ଷଣ କରିବା ଆରମ୍ଭ କରିଦେଇଥିବେ ।

© ଶିଶିର ସାହୁ ମନୋଜ 

Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 month ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

1 month ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

1 month ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

1 month ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago