ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧାଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ “ଉତ୍କଳ ସାହିତ୍ୟ ସମାଜ” ପ୍ରତିଷ୍ଠା କରିଥିଲେ ।
ବର୍ଣ୍ଣବୋଧ, ପ୍ରଭାତସଂଧ୍ୟା, ସ୍ତବ ପରମେଶ୍ୱର, ଭୁଲିବୁ ନାହିଁ?, ଶିଶୁବୋଧ, ବାଳବୋଧ, ସାହିତ୍ୟ କୁସୁମ, କବିତାବଳୀ ଭାଗ ୧ ଓ ୨, ଛନ୍ଦମାଳା ଭାଗ ୧ ଓ ୨, ଜୀବନଚିନ୍ତା, ପଦ୍ମ, ଶରତ, ଆକାଶପ୍ରତି, ଅଖିଳ ବ୍ରହ୍ମାଣ୍ଡପତି ମୋ ଜୀବନ ସ୍ୱାମୀ, ଆକାଶ ଦିଶେ କି ସୁନ୍ଦର, ଜନ୍ମଭୂମି, ଆଶାଅନନ୍ତ – ଆମ୍ଭମାନଙ୍କ ଆଦର୍ଶ (ପ୍ରବନ୍ଧ) ଏପରି ଅସୁମାରୀ ସୃଷ୍ଟି । ସେପରି ଏକ ମହାନ ସୃଷ୍ଟି ‘ତୁହିମା ଜନମ ଭୂମି’ . .
~ ତୁହିମା ଜନମ ଭୂମି ~
ତୁହିମା ଜନମ ଭୂମି ପବିତ୍ର ଭାରତ ଭୂମି
ତୋହରି ସନ୍ତାନ ଆମ୍ଭେ ଅଟୁ ସରବେ
ତୋର ଶ୍ରୀଚରଣ ସେବା ପାଇଁ ମନପ୍ରାଣ ଦେବା
ଗାଇବା ତୋହରି ନାମ ଆନନ୍ଦ ରବେ
ତୋ’ ଆନନ୍ଦେ ହୋଇବା ସୁଖି
କାନ୍ଦିବା ଦୁଃଖରେ ତୋର ହୋଇଣ ଦୁଃଖୀ ।।୧।।
ଧନ୍ଯ ମହିମା ତୋହର ନାହିଁ ତାର ପଟ୍ଟାନ୍ତର
ମସ୍ତକରେ ହିମାଳୟ ପର୍ବତ ବର
ଦୁଇ ପାରୁଷେ ଜଳଧୀ ବ୍ରହ୍ମପୁତ୍ର ସିନ୍ଧୁ ନଦୀ
ଚରଣରେ ବିରାଜିତ ମହାସାଗର
ବିନ୍ଧ୍ୟ ଗିରିବର କଟିରେ
ଗଙ୍ଗା ଆଦି କେତେ ନଦୀ ଶୋଭେ ଶରୀରେ ।।୨।।
ଜନମିଲେ ତୋ’ କୋଳରେ କେତେ ସୁର ବୀର ନରେ
ରାମଚନ୍ଦ୍ର, ଭୀଷ୍ମ, ଦ୍ରୋଣ, କର୍ଣ୍ଣ, ଅର୍ଜୁନ
ମହାକବି ବେଦବ୍ୟାସ ବାଲମିକ କାଳିଦାସ
ଗାଇଲେ ପବିତ୍ର କଣ୍ଠେ ତୋହରି ଗୁଣ
ଚୈତନ୍ୟାଦି ମହାତ୍ମା ଜନେ
ପ୍ରଚାରିଲେ ବିଭୂନାମ ଆନନ୍ଦ ମନେ ।।୩।।
କେତେକେତେ ପୂଣ୍ୟବତୀ କେତେ ପତୀବ୍ରତା ସତୀ
କେତେ ବୀରାନାରୀ କେତେ ବୀରା ରମଣୀ
ସମସ୍ତେ ତୋର ଦୁହୀତା ପଦ୍ମିନୀ ସାବିତ୍ରୀ ସୀତା
ଦୂର୍ଗାବତୀ ଆଦି କେତେ ବୀରା ଜନନୀ
ନମଇ ମା ଭକତି ଭରେ
ଅଧମ ଅକ୍ଷମ ସୂତ ତୋ’ ଚରଣରେ ।।୪।।
ଉପସ୍ଥାପନା:  ବନ୍ଧନ ଦଳେଇ
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 weeks ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

3 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago