ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ
~ ତୁହି ମା ଜନମଭୂମି ~
ତୁହି ମା ଜନମ ଭୂମି ପବିତ୍ର ଭାରତ ଭୂମି
ତୋହରି ସନ୍ତାନ ଆମ୍ଭେ ଅଟୁ ସରବେ,
ତୋର ଶ୍ରୀଚରଣ ସେବା ପାଇଁ ମନପ୍ରାଣ ଦେବା
ଗାଇବା ତୋହରି ନାମ ଆନନ୍ଦ ରବେ,
ତୋ ଆନନ୍ଦେ ହୋଇବା ସୁଖୀ
କାନ୍ଦିବା ଦୁଃଖରେ ତୋର ହୋଇଣ ଦୁଃଖୀ II
ଧନ୍ୟ ମହିମା ତୋହର ନାହିଁ ତାର ପଟାନ୍ତର
ମସ୍ତକରେ ହିମାଳୟ ପର୍ବତ ବର,
ଦୁଇ ପାରୁଷେ ଜଳଧୀ ବ୍ରହ୍ମପୁତ୍ର ସିନ୍ଧୁନଦୀ
ଚରଣରେ ବିରାଜିତ ମହାସାଗର,
ବିନ୍ଧ୍ୟ ଗିରୀବର କଟିରେ
ଗଙ୍ଗା ଆଦି କେତେ ନଦୀ ଶୋଭେ ଶରୀରେ II
ଜନମିଲେ ତୋ କୋଳରେ କେତେ ସୁର ବୀର ନରେ
ରାମଚନ୍ଦ୍ର ଭୀଷ୍ମ ଦ୍ରୋଣ କର୍ଣ୍ଣ ଅର୍ଜୁନ,
ମହାକବି ବେଦବ୍ୟାସ ବାଲମିକ କାଳିଦାସ
ଗାଇଲେ ପବିତ୍ର କଣ୍ଠେ ତୋହରି ଗୁଣ,
ଚୈତନ୍ୟାଦି ମହାତ୍ମା ଜଣେ
ପଚାରିଲେ ବିଭୁ ନାମ ଆନନ୍ଦ ମନେ II
କେତେକେତେ ପୂଣ୍ୟବତୀ କେତେ ପବିତ୍ରତା ସତୀ
କେତେ ବୀରନାରୀ କେତେ ବୀର ଜନନୀ,
ସମସ୍ତେ ତୋର ଦୁହିତା ପଦ୍ମିନୀ, ସାବିତ୍ରୀ, ସୀତା
ଦୂର୍ଗାବତୀ ଆଦି କେତେ ବୀର ରମଣୀ,
ନମଇଁ ମା ଭକତି ଭରେ
ଅଧମ ଅକ୍ଷମ ସୁତ ତୋର ଚରଣରେ II
~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…
ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…
~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ କାହିଁ କେଉଁ ଆଦି ଅନାଦି କାଳରୁ ଏହି…
~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…
ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…