ଲେଖା: ବିଶ୍ୱରଞ୍ଜନ ମହାପାତ୍ର
~ ଶ୍ରୀଜିଉଙ୍କର ନବାଙ୍କବେଶ ~
ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କବେଶ ସହ ଚାଉଳ ମେଳାଣଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ ।
ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷକ, କୁଣ୍ଡଳ, ଡଡଗୀ ଇତ୍ୟାଦି ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷକ ଇତ୍ୟାଦି ଧାରଣ କରିଥାନ୍ତି
ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ । ପୂର୍ବେ ଏହି ବେଶର ସାମଗ୍ରୀ ଦକ୍ଷିଣ ପାର୍ଶ୍ୱ ମଠ (ଶ୍ରୀରାମଦାସ ମଠ) ଯୋଗାଇ ଆସୁଥିଲେ । ଗତ କିଛି ବର୍ଷ ଧରି ସଂପୃକ୍ତ ମଠ ବେଶ ସାମଗ୍ରୀ ଯୋଗାଉ ନଥିବା ଜଣାଯାଏ । ସଂପ୍ରତି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ବେଶର ସମସ୍ତ ଖର୍ଚ ନିର୍ବାହ କରାଯାଉଅଛି ।
ନବାଙ୍କ ବେଶରେ ଠାକୁରମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ କରାଯାଏ । ବଡ଼ସିଂହାର ବେଶରେ ଦେବତାମାନଙ୍କୁ ଅଳଙ୍କୃତ କରୁଥିବା ଚିତା, ଗୁଣା, କରପଲ୍ଲବ, ଅଧରମାଳା ଓ ଶ୍ରୀପୟର ମାଳା ମଧ୍ୟ ପ୍ରଧାନତଃ ଗେଣ୍ଡୁ ଫୁଲରେ ନିର୍ମିତ ହୋଇଥାଏ । ହୃଦ ପଦକରେ ଗେଣ୍ଡୁ ଫୁଲ ସହିତ ଗୋଲାପ ଫୁଲର ସମ୍ମିଶ୍ରଣ ଘଟିଥାଏ । ସାଧାରଣ ଦିନମାନଙ୍କରେ ଚାରି ପାଞ୍ଚଟି ମାଳ ଲାଗୁଥିଲେ ମଧ୍ୟ ନବାଙ୍କ ବେଶ ଦିନ ଦଶ ପନ୍ଦରଟି ମାଳ ଲାଗିହୁଏ । ଏହି ଦିନ ଲାଗୁଥିବା ଶିରଭୂଷଣ ଓ ଟୋପରଗୁଡିକ ତୁଳସୀପତ୍ରଦ୍ୱାରା ପ୍ରସ୍ତୁତ ହୋଇଥାଏ ଏବଂ ସେହି ଟୋପର ଉପରେ ଗେଣ୍ଡୁଫୁଲର ମାଳା ଗୁଡା ଯାଇଥାଏ ।
ମକର ସଂକ୍ରାନ୍ତି ପୂର୍ବଦିନ ଅନୁଷ୍ଠିତ ହେଉଥିବା ଏହି ବେଶରେ ବହୁଳ ଭାବରେ ଗେଣ୍ଡୁ ଫୁଲ ବ୍ୟବହାର ହେଉଥିବା କାରଣ ହେଉଛି ଏହି ସମୟରେ ଅଧିକ ଗେଣ୍ଡୁଫୁଲ ମିଳେ । ନବାଙ୍କ ବେଶ ସହିତ ନବାଙ୍କ ବେଢାର ମଧ୍ୟ ତାତ୍ପର୍ଯ୍ୟ ରହିଛି । ଏହି ଦିନ ବଡ଼ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରତ୍ନସିଂହାସନକୁ ଆସନ୍ତି । ସେଠାରୁ ଆଜ୍ଞାମାଳ ପାଇ ରତ୍ନସିଂହାସନକୁ ସାଢେ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଦେଉଳ ଚାରିପାଖକୁ ସାଢେ ଚାରିଥର ପ୍ରଦକ୍ଷିଣ କରନ୍ତି ।
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

1 week ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

2 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago