ଲେଖା: ବିଶ୍ୱରଞ୍ଜନ ମହାପାତ୍ର
~ ଶ୍ରୀଜିଉଙ୍କର ନବାଙ୍କବେଶ ~
ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କବେଶ ସହ ଚାଉଳ ମେଳାଣଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ ।
ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୁଷକ, କୁଣ୍ଡଳ, ଡଡଗୀ ଇତ୍ୟାଦି ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷକ ଇତ୍ୟାଦି ଧାରଣ କରିଥାନ୍ତି
ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ । ପୂର୍ବେ ଏହି ବେଶର ସାମଗ୍ରୀ ଦକ୍ଷିଣ ପାର୍ଶ୍ୱ ମଠ (ଶ୍ରୀରାମଦାସ ମଠ) ଯୋଗାଇ ଆସୁଥିଲେ । ଗତ କିଛି ବର୍ଷ ଧରି ସଂପୃକ୍ତ ମଠ ବେଶ ସାମଗ୍ରୀ ଯୋଗାଉ ନଥିବା ଜଣାଯାଏ । ସଂପ୍ରତି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ବେଶର ସମସ୍ତ ଖର୍ଚ ନିର୍ବାହ କରାଯାଉଅଛି ।
ନବାଙ୍କ ବେଶରେ ଠାକୁରମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ କରାଯାଏ । ବଡ଼ସିଂହାର ବେଶରେ ଦେବତାମାନଙ୍କୁ ଅଳଙ୍କୃତ କରୁଥିବା ଚିତା, ଗୁଣା, କରପଲ୍ଲବ, ଅଧରମାଳା ଓ ଶ୍ରୀପୟର ମାଳା ମଧ୍ୟ ପ୍ରଧାନତଃ ଗେଣ୍ଡୁ ଫୁଲରେ ନିର୍ମିତ ହୋଇଥାଏ । ହୃଦ ପଦକରେ ଗେଣ୍ଡୁ ଫୁଲ ସହିତ ଗୋଲାପ ଫୁଲର ସମ୍ମିଶ୍ରଣ ଘଟିଥାଏ । ସାଧାରଣ ଦିନମାନଙ୍କରେ ଚାରି ପାଞ୍ଚଟି ମାଳ ଲାଗୁଥିଲେ ମଧ୍ୟ ନବାଙ୍କ ବେଶ ଦିନ ଦଶ ପନ୍ଦରଟି ମାଳ ଲାଗିହୁଏ । ଏହି ଦିନ ଲାଗୁଥିବା ଶିରଭୂଷଣ ଓ ଟୋପରଗୁଡିକ ତୁଳସୀପତ୍ରଦ୍ୱାରା ପ୍ରସ୍ତୁତ ହୋଇଥାଏ ଏବଂ ସେହି ଟୋପର ଉପରେ ଗେଣ୍ଡୁଫୁଲର ମାଳା ଗୁଡା ଯାଇଥାଏ ।
ମକର ସଂକ୍ରାନ୍ତି ପୂର୍ବଦିନ ଅନୁଷ୍ଠିତ ହେଉଥିବା ଏହି ବେଶରେ ବହୁଳ ଭାବରେ ଗେଣ୍ଡୁ ଫୁଲ ବ୍ୟବହାର ହେଉଥିବା କାରଣ ହେଉଛି ଏହି ସମୟରେ ଅଧିକ ଗେଣ୍ଡୁଫୁଲ ମିଳେ । ନବାଙ୍କ ବେଶ ସହିତ ନବାଙ୍କ ବେଢାର ମଧ୍ୟ ତାତ୍ପର୍ଯ୍ୟ ରହିଛି । ଏହି ଦିନ ବଡ଼ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରତ୍ନସିଂହାସନକୁ ଆସନ୍ତି । ସେଠାରୁ ଆଜ୍ଞାମାଳ ପାଇ ରତ୍ନସିଂହାସନକୁ ସାଢେ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଦେଉଳ ଚାରିପାଖକୁ ସାଢେ ଚାରିଥର ପ୍ରଦକ୍ଷିଣ କରନ୍ତି ।
Spread the love
admin

Recent Posts

ଗଜପତି କପିଳେନ୍ଦ୍ର ଦେବଙ୍କ ତିରୋଧାନ ସମୟର ଆକଳନ

~ ଗଜପତି କପିଳେନ୍ଦ୍ର ଦେବଙ୍କ ତିରୋଧାନ ସମୟର ଆକଳନ ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ ପ୍ରତି ବର୍ଷ 29 ଜୁନରେ…

1 week ago

ବଗା ପୂଜାରୀ

~ ବଗା ପୂଜାରୀ ~ ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ସଂଗ୍ରାମ ଥିଲା ସ୍ଵତନ୍ତ୍ର, ମଣିଷର ଅପହୃତ ଜନ୍ମଗତ…

2 weeks ago

ସାହିତ୍ୟ ଭାସ୍କର ମାୟାଧର ମାନସିଂହ

ସାହିତ୍ୟ ଭାସ୍କର ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଆ ସାହିତ୍ୟରେ ଅର୍ଦ୍ଧ ଶତାବ୍ଦୀ ଧରି…

2 weeks ago

ଆମ ଚଳଣି

~ ଆମ ଚଳଣି ~ ଲେଖା: ଡ. ଜୟଶ୍ରୀ ନନ୍ଦ ଓଡ଼ିଆ ଘରର କଥା ନିଆରା। ଆମ ଚଳଣି ଅନନ୍ୟ।…

2 months ago

ଓଗାଳ

~ ଗୋପାଳଙ୍କ ଓଗାଳ ~ ଲେଖା: ନିରଞ୍ଜନ ସାହୁ ଆଜି ପବିତ୍ର ଫଗୁଦଶମୀ। ପୁରପଲ୍ଲୀ ଉତ୍ସବ ମୁଖର। ନନ୍ଦସୁତ କହ୍ନାଇ…

5 months ago

ଜଳଖିଆ

~ ଜଳଖିଆ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେଉଁ ସ୍ଥାନକୁ ସ୍ବୟଂ ବିଷ୍ଣୁ ଭୋଜନ ପାଇଁ ବାଛିଥିଲେ ସେ…

5 months ago