ଲେଖା: ଦେଵ ତ୍ରିପାଠୀ
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।
ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।
ନୂଆଖାଇ ଏକ ଗଣପର୍ବ, ସାମାଜିକ ଏକତାର ପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ଏଇ ପର୍ବର ଏକ ବିଶେଷତା ।
~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…
~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…
ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…
~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…
~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…
~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…