ଲେଖା: ଦେଵ ତ୍ରିପାଠୀ

ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

ନୂଆଖାଇ ଏକ ଗଣପର୍ବ, ସାମାଜିକ ଏକତାର ପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ । ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ଏଇ ପର୍ବର ଏକ ବିଶେଷତା ।

Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

2 weeks ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

2 weeks ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

3 weeks ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

3 weeks ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

3 weeks ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

3 weeks ago