ଲେଖା: ସନ୍ତୋଷ ପଟ୍ଟନାୟକ

~ପଞ୍ଚୁକ ~

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚୁକ ପାଞ୍ଚଦିନରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି I “ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି I” ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ I ପଞ୍ଚୁକ ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ I ସେଥିପାଇଁ କୁହାଯାଇଛି: “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ, ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I”

ଏ ବେଳରେ ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ପ୍ରତ୍ୟହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଥାଏ । ସ୍କନ୍ଦ ପୁରାଣ ମତେ:
“କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ
ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ
ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି
ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ
ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍
ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I”


ପଞ୍ଚୁକ ପାଞ୍ଚଦିନକୁ ଭୀଷ୍ମପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି, ବାଣଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ I ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ I ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି I କାର୍ତ୍ତିକ ଏକାଦଶୀଦିନ ଆପଣ ଜଳର ଯାଚନା କରିଛନ୍ତି I ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ଆପଣଙ୍କର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ଆପଣଙ୍କୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ I ଏହା ହିଁ ଭୀଷ୍ମପଞ୍ଚକ

ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ I ଏହି ଭୀଷ୍ମତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ I ଏଥିପାଇଁ ମନ୍ତ୍ର ନିମ୍ନ ମତେ:
“ସତ୍ୟବ୍ରତାୟ ଶୁଚିୟେ ଗାଙ୍ଗେୟାୟ ମହାତ୍ମନେ
ଭୀଷ୍ମାୟୈତଦ୍ ଦଦାମ୍ୟର୍ଘ୍ୟ ମାଜନ୍ମ ବ୍ରହ୍ମଚାରିଣେ I”
ଅର୍ଥାତ ଆଜନ୍ମ ବ୍ରାହ୍ମଚର୍ଯ୍ୟ ପାଳନକର୍ତ୍ତା ପରମ ପବିତ୍ର ସତ୍ୟବ୍ରତ ପରାୟଣ ଗଙ୍ଗାନନ୍ଦନ ଭୀଷ୍ମଙ୍କୁ ମୁଁ ଏହି ଅର୍ଘ୍ୟ ପ୍ରଦାନ କରୁଛି । ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି । ସନ୍ତାନହୀନ ବ୍ୟକ୍ତିଙ୍କ ପାଇଁ ଭୀଷ୍ମପଞ୍ଚକ ପାଳନୀୟ, ଏକଥା ପଞ୍ଚୁକରେ ଅର୍ଘ୍ୟଦାନ ମନ୍ତ୍ରରୁ ସୁସ୍ପଷ୍ଟ ହୋଇଥାଏ I ଅର୍ଘ୍ୟଦାନର ମନ୍ତ୍ର ହେଉଛି:
“ବୈୟାଘ୍ୟପଦ ରୋତ୍ରାୟ ସାଙ୍କୃତ ପ୍ରବରାୟ ଚ
ଅପୁତ୍ରାୟ ଦଦାମ୍ୟେତ ଦୁଦକଂ ଭୀଷ୍ମ ବର୍ମଣେ
ବତ୍ସନାମବତାରାୟ ଶନ୍ତନୋ ରାତ୍ମଜାୟ ଚ
ଅର୍ଘ୍ୟଂ ଦଦାମି ଭୀଷ୍ମାୟ ଆଜନ୍ମ ବ୍ରହ୍ମଚାରିଣେ I”

ଯାହାଙ୍କର ବ୍ୟାଘ୍ରପଦ ଗୋତ୍ର ଏବଂ ସାଂକୃତ ପ୍ରବର, ସେହିପୁତ୍ର ରହିତ ଭୀଷ୍ମବର୍ମାଙ୍କୁ ମୁଁ ଏହିଜଳ ଦେଉଛି I ବସୁମାନଙ୍କ ଅବତାର, ଶାନ୍ତନୁଙ୍କ ପୁତ୍ର, ଆଜନ୍ମ ବ୍ରହ୍ମଚାରୀ ଭୀଷ୍ମଙ୍କୁ ମୁଁ ଅର୍ଘ୍ୟ ଦେଉଛି I ପଞ୍ଚଗବ୍ୟ, ସୁଗନ୍ଧଚନ୍ଦନ, କୁଙ୍କୁମଦ୍ୱାରା ଭକ୍ତିପୂର୍ବକ ଶ୍ରୀହରିଙ୍କ ପୂଜନ କରିବ I ଅଷ୍ଟାକ୍ଷର ମନ୍ତ୍ର “ଓଁ ନମୋ ବାସୁଦେବାୟ” ବା ଷଡାକ୍ଷର ମନ୍ତ୍ର “ଓଁ ରାମାୟ ନମଃ” ଶହେ ଆଠବାର ଜପ କରିବ I ବ୍ରତକାଳରେ ବ୍ରାହ୍ମଚର୍ଯ୍ୟ ପାଳନ କରିବ I କାର୍ତ୍ତିକ ପୌଷମାସୀରେ ବ୍ରାହ୍ମଣଙ୍କୁ ନ୍ୟୁନ ପକ୍ଷେ ପାଞ୍ଚ ଜଣ ବ୍ରାହ୍ମଣଙ୍କୁ ଭୋଜନ ଦେଇ ବ୍ରତ ଉଦଯାପନ କରିବ ।

ଏହି ପଞ୍ଚୁକ ପାଞ୍ଚଦିନ ଯାକ ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରଥମଦିନ ହେଉଛି ବଡ ଏକାଦଶୀ I ଆଷାଢ ଶୁକ୍ଳପକ୍ଷ, ଏକାଦଶୀ ତିଥିରେ ଭଗବାନ ବିଷ୍ଣୁ ଶଙ୍ଖାସୁରକୁ ବଧ କରିଥିଲେ I ଅତଃ ସେହିଦିନ ଠାରୁ ଚାରିମାସ କାଳ ଭଗବାନ କ୍ଷୀରସାଗରରେ ବିଶ୍ରାମ କରନ୍ତି I ଚାର୍ତୁମ୍ୟାସ୍ୟା ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ଜାଗ୍ରତ ହୁଅନ୍ତି I ଏହିକାରଣରୁ ବୈଷ୍ଣବମାନେ “ଉତ୍ତିଷ୍ଠୋତ୍ତିଷ୍ଠ ଗୋବିନ୍ଦ ଉତ୍ତିଷ୍ଠ ଗରୁଡଧ୍ୱଜ ଉତ୍ତିଷ୍ଠ କମଳାକାନ୍ତ ତୈଲୋକ୍ୟ ମଙ୍ଗଳଂ କୁରୁ” ମନ୍ତ୍ରୋଚ୍ଚାରଣ କରି ବିଷ୍ଣୁ ଭଗବାନଙ୍କୁ ଜାଗ୍ରତ କରାନ୍ତି I ହେ ଗୋବିନ୍ଦ ! ଉଠନ୍ତୁ, ଉଠନ୍ତୁ, ହେ ଗରୁଡଧ୍ୱଜ ! ଉଠନ୍ତୁ I ହେ କମଳାକାନ୍ତ ! ନିଦ୍ରା ତ୍ୟାଗକରି ତିନିଲୋକର ମଙ୍ଗଳ କରନ୍ତୁ I ପିତାମହ ବ୍ରହ୍ମା ଦେବର୍ଷି ନାରଦଙ୍କୁ କହିଛନ୍ତି ଏହି ଏକାଦଶୀକୁ ପ୍ରବୋଧିନୀ ଏକାଦଶୀ ବୋଲି I

ଏହି ଏକାଦଶୀରେ ଉପବାସ ରହିବା ହଜାରେ ଅଶ୍ୱମେଧ ତଥା ଶହେ ରାଜସୂୟ ଯଜ୍ଞର ଫଳ ଦିଏ I ପଞ୍ଚୁକ ଦ୍ୱିତୀୟଦିନ ହେଉଛି ଦ୍ୱାଦଶୀ I ଏହିଦିନ ଉତ୍ତମ, ବୁଦ୍ଧିମାନ ମନୁଷ୍ୟ ବୃଦ୍ଧ ପିତାମାତାଙ୍କୁ ବିଧିପୂର୍ବକ ଭୋଜନ କରାଇ ନିଜ ସ୍ତ୍ରୀ ସହିତ ଭଗବାନ ବିଷ୍ଣୁଙ୍କ ପ୍ରସାଦକୁ ସେବନ କରନ୍ତି I ଯେଉଁ ମନୁଷ୍ୟ ଏହି ପ୍ରକାର ବିଧିରେ ଦ୍ୱାଦଶୀ ବ୍ରତର ଭୋଜନ କରାଇ ନିଜ ସ୍ତ୍ରୀ ସହିତ ଭଗବାନ ବିଷ୍ଣୁଙ୍କ ପ୍ରସାଦକୁ ସେବନ କରନ୍ତି, ସେ ଉତ୍ତମ ସୁଖ ଉପଭୋଗ କରି ଶେଷରେ ମୋକ୍ଷପ୍ରାପ୍ତ ହୁଅନ୍ତି I

ପଞ୍ଚୁକ ଶେଷ ତିନିଦିନ ତ୍ରୟୋଦଶୀ, ଚତୁର୍ଦ୍ଦଶୀ, ପୂର୍ଣ୍ଣିମା ଅତ୍ୟନ୍ତ ପୂଣ୍ୟମୟ ତିଥି । ପୂର୍ଣ୍ଣିମା ଏବଂ ତାର ପୂର୍ବ ଚାରିଦିନକୁ ମିଶାଇ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ, ଯଥା ପଞ୍ଚକ, ମହାପଞ୍ଚକ, ବକପଞ୍ଚକ, ଭୀଷ୍ମପଞ୍ଚକରାସ ପୂର୍ଣ୍ଣିମା I ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର କରି ଶୁଦ୍ଧ, ସାତ୍ତ୍ୱିକ ଭୋଜନ କରନ୍ତି I

Spread the love
admin

View Comments

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 day ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

2 days ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

6 days ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

6 days ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 week ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 week ago