ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି ।
ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ ବ୍ୟାଖ୍ୟା କରି କହିଥିଲେ – ଏହି ତିଥିର ଅଧିଦେବତା ହେଉଛନ୍ତି ଭଗବାନ ନାରାୟଣ । ଏହି ତିଥିରେ ସମସ୍ତ ପାପନାଶ ହୋଇଥାଏ I
ପୂର୍ବକାଳରେ ଭଦ୍ରାବତୀପୁରୀ ରାଜା ସୁକେତୁମାନ୍ ଶାସନ କରୁଥିଲେ । ତାଙ୍କର କୌଣସି ସନ୍ତାନ ନଥିଲା ଏହି କାରଣରୁ ରାଜା ଓ ରାଣୀ ଚମ୍ପା ଚିନ୍ତାରେ ରହୁଥିଲେ । ଦିନେ ରାଜା ରାଜପରିବାରର କୌଣସି ସଦସ୍ୟଙ୍କୁ ନ ଜଣାଇ ବନ୍ୟଭ୍ରମଣ କରିବା ପାଇଁ ବାହାରିଲେ । ରାଜା ବନର ଶୋଭାକୁ ଦେଖୁ ଦେଖୁ ଦ୍ୱିପ୍ରହର ହୋଇଗଲା ।
ରାଜା ଭୋକ ଶୋଷରେ ଆଉଟୁ ପାଉଟୁ ହୋଇ ଖାଦ୍ୟ ସଂଗ୍ରହ ପାଇଁ ଖୋଜି ବୁଲିଲେ । ଶେଷରେ ଏକ ସରୋବର ଓ ସରୋବର ତଟରେ ଅନେକ ମୁନିଋଷିମାନଙ୍କର ଆଶ୍ରମସ୍ଥଳୀ ରହିଥିବାର ଦେଖିଲେ । ଏହା ରାଜାଙ୍କ ପାଇଁ ସୌଭାଗ୍ୟ ଥିଲା । ସେ ତତ୍‌କ୍ଷଣାତ ଘୋଡା ଉପରେ ବସି ସରୋବର ନିକଟରେ ପହଞ୍ଚି ସମସ୍ତ ମୁନିଋଷିମାନଙ୍କୁ ବନ୍ଦନା କରିବାକୁ ଲାଗିଲେ । ତାଙ୍କର ବନ୍ଦନାରେ ମୁନିଋଷିମାନେ ପ୍ରସନ୍ନ ହେଲେ । ରାଜା ମୁନିମାନଙ୍କୁ ଦେଖି ପଚାରିଲେ ଆପଣମାନେ କିଏ ? ଆପଣଙ୍କ ନାମ କ’ଣ ତଥା ଆପଣମାନେ ଏଠାରେ ଏକତ୍ର ହୋଇଛନ୍ତି କାହିଁକି ? ମୁନି କହିଲେ – ଆମେ ସମସ୍ତେ ବିଶ୍ବଦେବ । ସ୍ନାନ କରିବାକୁ ଆସିଛୁ । ମାଘମାସ ନିକଟରେ ଆସୁଛି । ଆଜିଠାରୁ ପାଞ୍ଚଦିନ ଧରି ମାଘ ସ୍ନାନ ଆରମ୍ଭ ହେବାକୁ ଯାଉଛି । ଆଜି ହିଁ ପୁତ୍ରଦା ଏକାଦଶୀ ଯିଏ ଏହି ବ୍ରତ ପାଳନ କରିବ ତା’ର ପୁତ୍ର ହେବ ।
ରାଜା କହିଲେ ହେ ବିଶ୍ବଦେବଗଣ, ଯଦି ଆପଣମାନେ ମୋ ଉପରେ ପ୍ରସନ୍ନ ଅଛନ୍ତି ତ ମୋତେ ପୁତ୍ର ଦିଅନ୍ତୁ । ମୁନି କହିଲେ ରାଜନ୍ ଏହି ବ୍ରତ ବହୁତ ବିଖ୍ୟାତ I ଆଜିଠାରୁ ଏହିବ୍ରତ ପାଳନ କରନ୍ତୁ । ମହାରାଜ ଭଗବାନ୍ କେଶବଙ୍କ ଆଶୀର୍ବାଦରୁ ଆପଣଙ୍କୁ ପୁତ୍ର ଅବଶ୍ୟ ପ୍ରାପ୍ତ ହେବ । ଏହି ପ୍ରକାର ମୁନିଙ୍କ କହିବାନୁଯାୟୀ ରାଜା ଏହି ବ୍ରତକୁ ପାଳନ କରିବା ସହ ପୁତ୍ରଦା ଏକାଦଶୀ ଅନୁଷ୍ଠିତ କଲେ I ଦ୍ୱାଦଶରେ ସେ ନିଜ ବ୍ରତକୁ ଉଦ୍ ଯାପିତ କରି ମୁନିଙ୍କ ଚରଣ ସ୍ପର୍ଶ କରି ଘରକୁ ଫେରିଲେ ।
କିଛିଦିନ ଉତ୍ତାରେ ରାଣୀ ଗର୍ଭଧାରଣ କଲେ । ରାଜାଙ୍କର ଏକ ତେଜସ୍ୱୀ ପୁତ୍ର ହେଲା ଯାହା ସମସ୍ତ ଗୁଣର ଅଧିକାରୀ ହେବା ସହ ପ୍ରଜାମାନଙ୍କର ପାଳକ ମଧ୍ୟ ହୋଇପାରିଥିଲେ । ଏହି ଦୃଷ୍ଟିରୁ ପୁତ୍ରଦା ଏକାଦଶୀ ବ୍ରତ ସମସ୍ତ ଏକାଦଶୀଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ । ଏହି ବ୍ରତ ରଖିବାଦ୍ୱାରା ପୁତ୍ର ପ୍ରାପ୍ତ ହୁଏ ବୋଲି ଅନେକଙ୍କ ବିଶ୍ୱାସ I
Spread the love
admin

Recent Posts

ହାତଖଣ୍ଡି ଗୌରାଙ୍ଗ ଦାସ

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…

6 days ago

ଭକ୍ତକବି ମଧୁସୂଦନ ରାଓ

~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…

2 weeks ago

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…

3 weeks ago

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

ଲେଖା: ନିରଞ୍ଜନ ସାହୁ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ…

3 weeks ago

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ଗୋଟିଏ କଥା ମନରେ ଉଠେ, ଯେଉଁ…

3 weeks ago

ଛଅଟି କୋକେଇ

ଲେଖା: ନିରଞ୍ଜନ ସାହୁ ଶ୍ରଦ୍ଧେୟ ବାଜି ! ସାଷ୍ଟାଂଗ ଦଣ୍ଡବତ ପ୍ରଣାମ ଘେନିବା ହୁଅ। ନା, ତମେ ଯେ ସାଷ୍ଟାଂଗ…

4 weeks ago