ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି ।
ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ ବ୍ୟାଖ୍ୟା କରି କହିଥିଲେ – ଏହି ତିଥିର ଅଧିଦେବତା ହେଉଛନ୍ତି ଭଗବାନ ନାରାୟଣ । ଏହି ତିଥିରେ ସମସ୍ତ ପାପନାଶ ହୋଇଥାଏ I
ପୂର୍ବକାଳରେ ଭଦ୍ରାବତୀପୁରୀ ରାଜା ସୁକେତୁମାନ୍ ଶାସନ କରୁଥିଲେ । ତାଙ୍କର କୌଣସି ସନ୍ତାନ ନଥିଲା ଏହି କାରଣରୁ ରାଜା ଓ ରାଣୀ ଚମ୍ପା ଚିନ୍ତାରେ ରହୁଥିଲେ । ଦିନେ ରାଜା ରାଜପରିବାରର କୌଣସି ସଦସ୍ୟଙ୍କୁ ନ ଜଣାଇ ବନ୍ୟଭ୍ରମଣ କରିବା ପାଇଁ ବାହାରିଲେ । ରାଜା ବନର ଶୋଭାକୁ ଦେଖୁ ଦେଖୁ ଦ୍ୱିପ୍ରହର ହୋଇଗଲା ।
ରାଜା ଭୋକ ଶୋଷରେ ଆଉଟୁ ପାଉଟୁ ହୋଇ ଖାଦ୍ୟ ସଂଗ୍ରହ ପାଇଁ ଖୋଜି ବୁଲିଲେ । ଶେଷରେ ଏକ ସରୋବର ଓ ସରୋବର ତଟରେ ଅନେକ ମୁନିଋଷିମାନଙ୍କର ଆଶ୍ରମସ୍ଥଳୀ ରହିଥିବାର ଦେଖିଲେ । ଏହା ରାଜାଙ୍କ ପାଇଁ ସୌଭାଗ୍ୟ ଥିଲା । ସେ ତତ୍‌କ୍ଷଣାତ ଘୋଡା ଉପରେ ବସି ସରୋବର ନିକଟରେ ପହଞ୍ଚି ସମସ୍ତ ମୁନିଋଷିମାନଙ୍କୁ ବନ୍ଦନା କରିବାକୁ ଲାଗିଲେ । ତାଙ୍କର ବନ୍ଦନାରେ ମୁନିଋଷିମାନେ ପ୍ରସନ୍ନ ହେଲେ । ରାଜା ମୁନିମାନଙ୍କୁ ଦେଖି ପଚାରିଲେ ଆପଣମାନେ କିଏ ? ଆପଣଙ୍କ ନାମ କ’ଣ ତଥା ଆପଣମାନେ ଏଠାରେ ଏକତ୍ର ହୋଇଛନ୍ତି କାହିଁକି ? ମୁନି କହିଲେ – ଆମେ ସମସ୍ତେ ବିଶ୍ବଦେବ । ସ୍ନାନ କରିବାକୁ ଆସିଛୁ । ମାଘମାସ ନିକଟରେ ଆସୁଛି । ଆଜିଠାରୁ ପାଞ୍ଚଦିନ ଧରି ମାଘ ସ୍ନାନ ଆରମ୍ଭ ହେବାକୁ ଯାଉଛି । ଆଜି ହିଁ ପୁତ୍ରଦା ଏକାଦଶୀ ଯିଏ ଏହି ବ୍ରତ ପାଳନ କରିବ ତା’ର ପୁତ୍ର ହେବ ।
ରାଜା କହିଲେ ହେ ବିଶ୍ବଦେବଗଣ, ଯଦି ଆପଣମାନେ ମୋ ଉପରେ ପ୍ରସନ୍ନ ଅଛନ୍ତି ତ ମୋତେ ପୁତ୍ର ଦିଅନ୍ତୁ । ମୁନି କହିଲେ ରାଜନ୍ ଏହି ବ୍ରତ ବହୁତ ବିଖ୍ୟାତ I ଆଜିଠାରୁ ଏହିବ୍ରତ ପାଳନ କରନ୍ତୁ । ମହାରାଜ ଭଗବାନ୍ କେଶବଙ୍କ ଆଶୀର୍ବାଦରୁ ଆପଣଙ୍କୁ ପୁତ୍ର ଅବଶ୍ୟ ପ୍ରାପ୍ତ ହେବ । ଏହି ପ୍ରକାର ମୁନିଙ୍କ କହିବାନୁଯାୟୀ ରାଜା ଏହି ବ୍ରତକୁ ପାଳନ କରିବା ସହ ପୁତ୍ରଦା ଏକାଦଶୀ ଅନୁଷ୍ଠିତ କଲେ I ଦ୍ୱାଦଶରେ ସେ ନିଜ ବ୍ରତକୁ ଉଦ୍ ଯାପିତ କରି ମୁନିଙ୍କ ଚରଣ ସ୍ପର୍ଶ କରି ଘରକୁ ଫେରିଲେ ।
କିଛିଦିନ ଉତ୍ତାରେ ରାଣୀ ଗର୍ଭଧାରଣ କଲେ । ରାଜାଙ୍କର ଏକ ତେଜସ୍ୱୀ ପୁତ୍ର ହେଲା ଯାହା ସମସ୍ତ ଗୁଣର ଅଧିକାରୀ ହେବା ସହ ପ୍ରଜାମାନଙ୍କର ପାଳକ ମଧ୍ୟ ହୋଇପାରିଥିଲେ । ଏହି ଦୃଷ୍ଟିରୁ ପୁତ୍ରଦା ଏକାଦଶୀ ବ୍ରତ ସମସ୍ତ ଏକାଦଶୀଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ । ଏହି ବ୍ରତ ରଖିବାଦ୍ୱାରା ପୁତ୍ର ପ୍ରାପ୍ତ ହୁଏ ବୋଲି ଅନେକଙ୍କ ବିଶ୍ୱାସ I
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 weeks ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

3 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago