ଲେଖା: ଅକ୍ଷୟ ଓଝା

ଉତ୍କଳୀୟ ପରମ୍ପରାରେ ପ୍ରଥମାଷ୍ଟମୀ ପାଳନ ଏକ ସାଂସ୍କୃତିକ ତଥା ସାମାଜିକ ପରମ୍ପରା । ଏହା ପରିବାର, ସମାଜ, ସାମୁହିକ ଭାବରେ ପାଳିତ ହୋଇଥାଏ । ଧନୀଗରିବ ନିର୍ବିଶେଷରେ ସମସ୍ତେ ଏହି ପର୍ବ ପାଳନ କରିଥାନ୍ତି । ଗାଁ ଉତ୍ସବ ମୁଖର ହୁଏ।

ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହିଦିନ ସେମାନଙ୍କ ଦୀର୍ଘ ଜୀବନ କାମନା କରି ମା’ମାନେ ଷଠୀଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ ।

ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ, ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠାକନ୍ୟାର ନବବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ପ୍ରଥମାଷ୍ଟମୀ ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମା’ ପିନ୍ଧେଇଥାନ୍ତି ।

ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

Image: odiasamaj.net 

Spread the love
admin

Recent Posts

ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ

~ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ ~ ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଇତିହାସ…

5 days ago

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା…

6 days ago

ସୀତାବିଞ୍ଜ

ସୀତାବିଞ୍ଜ ଉପସ୍ଥାପନା: ଘନଶ୍ୟାମ ପଲେଇ କେନ୍ଦୁଝର ଜିଲ୍ଲାର ଘନ ଅରଣ୍ୟର ବକ୍ଷରେ ଅବସ୍ଥିତ #ସୀତାବିଞ୍ଜ ଓଡ଼ିଶାର ଅନ୍ୟତମ ପ୍ରାଚୀନ ପ୍ରତ୍ନତାତ୍ତ୍ୱିକ କ୍ଷେତ୍ର।…

7 days ago

ନବକୃଷ୍ଣ ଚୌଧୁରୀ

ଲୋକସେବକ ନବକୃଷ୍ଣ ଚୌଧୁରୀ  ଉପସ୍ଥାପନା: ବିଜୟ ସାହୁ 1956 ମସିହା । ସେଦିନ ସନ୍ଧ୍ୟାରେ ନବକୃଷ୍ଣ ଚୌଧୁରୀ ରେଭେନ୍ସାର ପୂର୍ବ…

7 days ago

ବଙ୍କାଡ଼ଗଡ଼(ବାଣପୁର)ର ଆରାଧ୍ୟଦେବତା ଶ୍ରୀ ଶ୍ରୀ ରଙ୍କନାଥ ଦେବ

ବଙ୍କାଡ଼ଗଡ଼(ବାଣପୁର)ର ଆରାଧ୍ୟଦେବତା ଶ୍ରୀ ଶ୍ରୀ ରଙ୍କନାଥ ଦେବ ଉପସ୍ଥାପନା: ଶ୍ରୀ ପ୍ରଶାନ୍ତ କୁମାର ଦାସ ଲୋକକଥା ଏବଂ କିମ୍ବଦନ୍ତୀ ଅନୁସାରେ…

2 weeks ago

Ananta Purushottam Deba Mandira

Ananta Purushottam Deba Mandira Ashoka Nayak It's just 4 kilometres from Khorda towards Nayagarh. My…

3 weeks ago