ଲେଖା: ଶିଶିର ସାହୁ ମନୋଜ

ମାନକ ଓଡ଼ିଆ ଭାଷା ଵା ଯାହାକୁ ବହି ଭାଷା କୁହାଯାଏ ତା ଵିଷୟରେ ଆମ ଗଡ଼ଜାତିଆଙ୍କ ମଧ୍ୟରେ ଅନେକ ଭ୍ରମ ଧାରଣା ରହିଛି ।

ଭ୍ରମ ଧାରଣା (୧)
ବହି ଭାଷା ଵା ମାନକ ଓଡ଼ିଆ (ଶାସ୍ତ୍ରୀୟ) ଭାଷା = କଟକୀ ଭାଷା

★ପ୍ରକୃତ ସତ୍ଯ★
ବହି ଭାଷା କଟକୀ ନୁହେଁ, ଯିଏ କଟକର ଗ୍ରାମାଞ୍ଚଳରେ ରହିଛି ସିଏ ଯେ ସ୍ପଷ୍ଟ ଭାବରେ କହିପାରେ ?

ନା !!! ବହି ଭାଷା କଟକୀ ଆଦୌ ନୁହେଁ ।

ଯଥା କେତେକ ଉଦାହରଣ ଦେଖନ୍ତୁ 
ମାନକ ଓଡ଼ିଆରେ ‘ସେବେ’ ‘ଏବେ’ କୁହାଯାଏ କିନ୍ତୁ କଟକୀ ଶୈଳୀରେ କୁହନ୍ତି ‘ସେଭେ’, ‘ଏଭେ’ । ମାନକ ଓଡ଼ିଆରେ ‘ତୁମେ’ କୁହାଯାଏ କଟକୀ ଶୈଳୀରେ ‘ତେମେ’ କୁହନ୍ତି । ଏଇଭଳି ଲକ୍ଷାଧିକ ଉଦାହରଣ ରହିଛି । ଅଵିଭକ୍ତ କଟକ ଜିଲ୍ଲାରେ ଲକ୍ଷାଧିକ ସ୍ଥାନୀୟ ଶବ୍ଦ ରହିଛି କିନ୍ତୁ ସେଗୁଡ଼ିକ ମାନକ ଓଡ଼ିଆରେ ସ୍ଥାନପାଇ ନାହିଁ ।

ଭ୍ରମ ଧାରଣା (୨) 
ପୂର୍ଵାଞ୍ଚଳର କଥିତ ଓଡ଼ିଆ ଶୈଳୀ ହେଉଛି ମାନକ ଓଡ଼ିଆ କଥିତ ଶୈଳୀ

★ପ୍ରକୃତ ସତ୍ଯ★
କଟକୀ ଶୈଳୀ ମାନକ କଥିତ ଶୈଳୀ ନୁହେଁ ଵରଂ ଯେଉଁ କଥିତ ଓଡ଼ିଆ ଭାଷାରେ ଜଣେ ବ୍ରହ୍ମପୁରର ଲୋକ ସହ ଜଣେ ସମ୍ବଲପୁରଵାସୀ କଥା ହୁଏ, ଯେଉଁ କଥିତ ଶୈଳୀରେ ଜଣେ ବାଲେଶ୍ବରଵାସୀ ସହ ଆନଜଣେ ଢେଙ୍କାନାଳିଆ କଥା ହୁଏ ସେଇ କଥିତ ଶୈଳୀକୁ ମାନକ କଥିତ ଶୈଳୀ କୁହାଯାଏ ।

ଭ୍ରମ ଧାରଣା (୩)
କେଵଳ ବହିଭାଷା ଵା ମାନକ ଶାସ୍ତ୍ରୀୟ ଓଡ଼ିଆ ଏଵଂ ଵାକି ସବୁ ତାହାର ଶୈଳୀ

★ପ୍ରକୃତ ସତ୍ୟ★
ଶାସ୍ତ୍ରୀୟ ଓଡ଼ିଆ ଵା ଯାହାର ପ୍ରାଚୀନ ନାମ ଉଡ୍ରୀ ଵିଭାଷା ଥିଲା ତାହା ମୂଳତଃ ଵସ୍ତର ଠାରୁ ସମ୍ବଲପୁର ପର୍ଯ୍ୟନ୍ତ ଅଞ୍ଚଳରେ ଆଜକୁ ପ୍ରାୟ ୨୪୦୦ ଵର୍ଷ ତଳେ କଥିତ ଭାଷା ରୂପେ ଚଳୁଥିଵାର ଉଲ୍ଲେଖ ଭାରତନାଟ୍ୟମ୍ ରେ ଅଛି । ଏହି ଭାଷା ଆଜି ଭାଷା କ୍ଷେତ୍ରରେ ସଂସ୍କୃତ ପରଵର୍ତ୍ତୀ ସବୁଠାରୁ ଅଧିକ ଵୈଜ୍ଞାନିକ ଭାଷା କହିଲେ ଅତ୍ୟୁକ୍ତି ହେବ ନାହିଁ । ତେଵେ ଶାସ୍ତ୍ରୀୟ ଓଡ଼ିଆ ଭାଷାକୁ ସମଗ୍ର ଓଡ଼ିଆ ଭାଷା ମଧ୍ୟ କୁହାଯାଏ । ଏହା କୌଣସି ଗୋଟିଏ ଅଞ୍ଚଳର ନୁହେଁ ସମଗ୍ର କଳିଙ୍ଗ ଦେଶର ଭାଷା,ଏହା ସମସ୍ତଙ୍କର ଭାଷା କାରଣ ସମସ୍ତେ ଏ ଭାଷାକୁ ନିଜ ନିଜର ଶବ୍ଦ ଓ ଶୈଳୀ ଦେଇଛନ୍ତି । 

ସେଇ ଶାସ୍ତ୍ରୀୟ ଓଡ଼ିଆ ଭାଷା ଵା ସମଗ୍ର ଓଡ଼ିଆ ଭାଷା କିନ୍ତୁ କେଵଳ ମାନକ ଓଡ଼ିଆ ଭାଷା ଵା ବହିଭାଷା ନୁହେଁ ଵରଂ ବହିଭାଷା ଵା ମାନକ ଓଡ଼ିଆ ମଧ୍ୟ ଦେଶିଆ, କୁପିଆ, ରେଲୀ, ଭତ୍ରୀ ଆଦି ଭଳି ସମଗ୍ର ଓଡ଼ିଆ ଭାଷାର ଗୋଟିଏ ଶୈଳୀ ଛଡ଼ା ଆଉ କିଛି ନୁହେଁ ।

ସମଗ୍ର ଓଡ଼ିଆ ଭାଷା ଵା ଶାସ୍ତ୍ରୀୟ ଓଡ଼ିଆ ଭାଷାର ଏକ ଶୈଳୀ ଏହି ବହିଭାଷା ଵା ମାନକ ଭାଷା ମଧ୍ୟ ଦୁଇ ପ୍ରକାରର,

୧. କଥିତ ମାନକ ଭାଷା
ଯେଉଁ ମାନକ ଭାଷା ଦ୍ଵାରା ଜଣେ ସମ୍ବଲପୁରଵାସୀ ସହ କୌଣସି ଢେଙ୍କାନାଳାଞ୍ଚଳର ଲୋକ କଥାଭାଷା ହୁଏ, ଯେଉଁ କଥିତ ମାନକ ଭାଷା ଵ୍ଯଵହାର କରି ଜଣେ ଗଞ୍ଜାମଵାସୀ ଆନଜଣେ ବାଲେଶ୍ଵରିଆ ଲୋକ ସହ କଥା ହୁଏ ତାହା କଥିତ ମାନକ ଭାଷା

୨) ଲିଖିତ ମାନକ ଭାଷା
ଯେଉଁ ମାନକ ଭାଷା ଵା ବହିଭାଷାର କଳିଙ୍ଗଦେଶର ଵିଦ୍ଵାନମାନେ, ଛାତ୍ର ଓ ଶିକ୍ଷକ ଆଦି ସମସ୍ତ ବୁଦ୍ଧିଜୀଵିମାନେ ଵ୍ଯଵହାର କରନ୍ତି ତାହା ଲିଖିତ ମାନକ ଭାଷା ଅଟେ । 

© ଶିଶିର ସାହୁ ମନୋଜ

Spread the love
admin

Recent Posts

ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର

~ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ~ ଗବେଷଣା ଓ ଉପସ୍ଥାପନା: ସନ୍ତୋଷ କୁମାର ପଟ୍ଟନାୟକ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରର ଇତିହାସ…

3 weeks ago

ଚଢେୟା ନାଟ

~ ଚଢେୟା ନାଟ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜନଜୀବନ ନାନାବିଧ ପ୍ରଥା, ପରମ୍ପରା ଓ ଐତିହ୍ୟ-ସମୃଦ୍ଧ ଓ…

3 weeks ago

ଲଙ୍କାପୋଡ଼ି ଯାତ୍ରା

~ ଲଙ୍କାପୋଡ଼ି ଯାତ୍ରା ~ ଉପସ୍ଥାପନା: ଦେଵ ତ୍ରିପାଠୀ ଐତିହାସିକ ସଂଗ୍ରାମୀ ଚରିତ୍ର ଦୋରା ବିଷୋୟୀଙ୍କ ଜନମମାଟି କନ୍ଧମାଳ (ତତ୍କାଳୀନ…

3 weeks ago

ଉତ୍କଳ ସାହିତ୍ୟ ସମାଜ

~ ଉତ୍କଳ ସାହିତ୍ୟ ସମାଜ ~ ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମ ଦୁଇତୃତୀୟାଂଶ କାଳରେ ଓଡ଼ିଶାର ଜାତୀୟ…

3 weeks ago

ହୋଲି

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି…

3 weeks ago

କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା

~ ଉତ୍କଳରେ କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା ~ ଉପସ୍ଥାପନା: ନୟାଗଡ଼ ଇତିହାସ ଓଡ଼ିଶା ଇତିହାସ ଲେଖକ ପଣ୍ଡିତ…

3 weeks ago