ଲେଖା: ବନ୍ଧନ ଦଳେଇ
~ ବାହୁଡ଼ା ଯାତ୍ରା ଓ ସୁନାବେଶ ~
ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି –
“ନବମ୍ୟା ବାସୟେଦ୍ଦେବାନ୍ ତେଷୁ ପ୍ରାତଃ ସମୃଦ୍ଧିମତ୍ ।
ଦକ୍ଷିଣାଭିମୁଖୀ ଯାତ୍ରା ବିଷ୍ଣୋରେଷା ସୁଦୁର୍ଲଭା” ॥
ମହାପ୍ରଭୁଙ୍କ #ନବଦିନାତ୍ମକ ଯାତ୍ରାକୁ ତିନୋଟି ଅଙ୍ଗ ରୂପେ ବିବେଚନା କରାଯାଏ । #ରଥଯାତ୍ରା ଗୋଟିଏ ଅଙ୍ଗ, ଗୁଣ୍ଡିଚା ମଣ୍ଡପରେ ବାସ ଦ୍ଵିତୀୟ ଅଙ୍ଗ ଏବଂ ବାହୁଡା଼ ଯାତ୍ରା ପୂର୍ବକ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ ପର୍ଯ୍ୟନ୍ତ ତୃତୀୟ ଅଙ୍ଗ । ଶାସ୍ତ୍ରୀୟ ବର୍ଣ୍ଣନାନୁସାରେ ରଥଯାତ୍ରା ସମୟରେ ପ୍ରଭୁମାନେ ଉତ୍ତରାଭିମୁଖି ହୋଇ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଦର୍ଶନ କଲେ ଯେଉଁ ଫଳ ମିଳେ, ବାହୁଡା଼ ଯାତ୍ରା ଅବସରରେ ଦକ୍ଷିଣାଭିମୁଖ ହୋଇ ଯାତ୍ରା କରୁଥିବା ବେଳେ ଠାକୁରମାନଙ୍କୁ ଦର୍ଶନ କଲେ ଠିକ୍ ସେହିପରି ଫଳ ମିଳିଥାଏ। ଏପରିକି ଭକ୍ତମାନେ ଏହି ଦୁର୍ଲଭ ଦର୍ଶନରେ ଅଶ୍ଵମେଧ ଯଜ୍ଞର ଫଳ ଲାଭ କରି ଅନ୍ତକାଳରେ ବୈକୁଣ୍ଠ ପ୍ରାପ୍ତି ହୋଇଥାନ୍ତି ବୋଲି ବିଶ୍ଵାସ କରାଯାଏ ।
ଆଷାଢ ଶୁକ୍ଳ #ଏକାଦଶୀ ତିଥି (ବାହୁଡ଼ା ଦଶମୀ ପରଦିନ) ରେ ରଥ ଉପରେ ମହାପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ କାଳିଆ ଠାକୁର ମହଣ ମହଣ ସୁନା ଅଳଙ୍କାର ଓ ସୁନାର ଆୟୁଧ ଧାରଣ କରିଥାନ୍ତି I #ନବକୋଟି #କର୍ଣ୍ଣାଟ #କଳବର୍ଗେଶ୍ୱର #ଗଜପତି #କପିଳେନ୍ଦ୍ର ଦେବଙ୍କ ଦାକ୍ଷିଣାତ୍ୟ ବିଜୟରୁ ତତ୍କାଳୀନ କଳିଙ୍ଗକୁ ଆସିଥିଲା ବହୁମାତ୍ରାରେ ସୁନା (ଲୋକମୁଖରେ ଦଶ ଶଗଡ଼ ଭର୍ତ୍ତି) I କଳିଙ୍ଗାଧୀପତିଙ୍କ ଗାରିମାକୁ ଦର୍ଶାଇବା ପାଇଁ ହିଁ ତିନି ଠାକୁର ଧାରଣ କରିଥାନ୍ତି ଏହି ଆକର୍ଷଣୀୟ #ସୁନାବେଶ ବା #ବଡ଼ଚଢାଉ ବେଶ I
#ବିଜୟା ଦଶମୀ, #ପୌଷ ପୂର୍ଣ୍ଣମୀ, #ଦୋଳ ପୂର୍ଣ୍ଣମୀ ଓ #କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ତିନି ଦିଅଁ ସୁନାବେଶରେ ସଜ୍ଜିତ ହେଉଥିଲେ ହେଁ, ଭାବାବେଗୀ ଭକ୍ତଗଣ, ଆଷାଢ ଶୁକ୍ଳ ଏକାଦଶୀ ତିଥିରେ ରଥ ଉପରେ ଥାଇ ମହାପ୍ରଭୂଙ୍କର ମନଲୋଭା ସୁନାବେଶ ଦର୍ଶନ କରିବାର ଲୋଭ ସମ୍ବରଣ କରିପାରନ୍ତି ନାହିଁ I
“ବରଷକ ବାରମାସ ଲୋ ବଉଳ
ଦେଖ ନୂଆ ନୂଆ ବେଶ
ଆଷାଢ ମାସରେ ଏକାଦଶୀ ଦିନ
ପ୍ରଭୁଙ୍କର ସୁନାବେଶ”
© ବନ୍ଧନ ଦଳେଇ
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

4 weeks ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

4 weeks ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

1 month ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

1 month ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago