ଲେଖା: ଦେଵ ତ୍ରିପାଠୀ
ଆବୁଆ ରାଜା ଇତେ ଜାନା,
ମହାରାନୀ ରାଜ ଟୁଡୁ ଜାନା II
ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୁର୍ବାଞ୍ଚଳର ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଲବର ସ୍ଵର ଝଂକୃତ ହୋଇଥିଲା, ‘ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା’ (ମହାରାଣୀଙ୍କ ସାମ୍ରାଜ୍ୟ ପତନ ହେଉ ଏବଂ ଆମ ସାମ୍ରାଜ୍ୟର ପ୍ରତିଷ୍ଠା ହେଉ), ତାହାହିଁ ଥିଲା ବ୍ରିଟିଶ୍ ରାଜ୍ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ଵର। ଏହି ଅନ୍ଦୋଳନର ମୁଖ୍ୟ ସୂତ୍ରଧର ଥିଲେ ବିର୍ସା ମୁଣ୍ଡା। ଭାରତୀୟ ମୁକ୍ତିସଂଗ୍ରାମର ସବୁଠାରୁ ଭୟଙ୍କର ତଥା ଯନ୍ତ୍ରଣାଦାୟକ ମୃତ୍ୟୁ ଲଭିଥିବା ମହାନ କ୍ରାନ୍ତିକାରୀ ମୁକ୍ତିଯୋଦ୍ଧା ବିର୍ସା ମୁଣ୍ଡା ।
ବ୍ରିଟିଶ ଶାସନର ଦାସତ୍ଵରୁ ମୁକ୍ତି ପାଇବା ନିମନ୍ତେ ବିପ୍ଲବୀ ବିର୍ସା ମୁଣ୍ଡାମାନଙ୍କୁ ସଂଘଟିତ କରିବା ନିମନ୍ତେ କାର୍ଯ୍ୟପନ୍ଥା ଆରମ୍ଭ କଲେ। ସେତେବେଳେ ଜାଗିରିଦାର, ଜମିଦାର ଓ ଠିକାଦାରମାନେ ମୁଣ୍ଡା ତଥା ଆଦିବାସୀମାନଙ୍କ ଉପରେ ଅତ୍ୟାଚାର କରିବା ସହିତ ବିଭିନ୍ନ ଭାବରେ ଶୋଷଣ କରୁଥିଲେ ଏବଂ ଭୟଭୀତ କରି ରଖିଥିଲେ। ଏହିଭଳି ଏକ ସନ୍ଧିକ୍ଷଣରେ ମହାନ୍ ବିପ୍ଲବୀ ତଥା ସ୍ଵାଧୀନଚେତା ବିର୍ସା ମୁଣ୍ଡାଙ୍କର ଆବିର୍ଭାବ ଘଟିଥିଲା। ସେ ମୁଣ୍ଡା ସମ୍ପ୍ରଦାୟର ନେତୃତ୍ଵ ନେବା ସଙ୍ଗେ ସଙ୍ଗେ ବ୍ରିଟିଶ୍ ଶାସନର ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ସଂଗ୍ରାମ କରିବାକୁ ପ୍ରବର୍ତ୍ତାଇ ଥିଲେ।
ଗୋରା ଶାସକମାନେ ସେବକ ପଟ୍ଟା ଲେଖାଇ ସରଳ ଗ୍ରାମବାସୀମାନଙ୍କୁ ଗୋତି ଓ ବେଠି ଖଟାଇବା ଓ ଧର୍ମାନ୍ତରଣ କରିବାପଇଁ ବାଧ୍ୟ କରୁଥିବାର ଦେଖି ସେ ସହି ପାରୁ ନ ଥିଲେ। ସେହି ଦିନଠାରୁ ସେ ଫିରିଙ୍ଗି ଶାସନ କବଳରୁ ଓଡ଼ିଶାରୁ ମୁକ୍ତ କରିବାପାଇଁ ଅଣ୍ଟାଭିଡ଼ି ବାହାରି ପଡ଼ିଥିଲେ।
ବଣେଇ, ଗୁରୁଣ୍ଡିଆ, କଳିପଶ ଆଦି ଗ୍ରାମର କୋହ୍ଲ, ଖତିଆର, ମୁଣ୍ଡା ଓ କିଷାନ୍ ଆଦିବାସୀମାନଙ୍କୁ ସେ ବ୍ରିଟିଶ୍ ଅତ୍ୟାଚାର ବିଷୟରେ ସଚେତନ କରିଥିଲେ। ସେବକପଟ୍ଟା ନ ଲେଖିବା, ଖଜଣା ନ ଦେବା ଓ ବନ୍ଧୁକ ମୁନକୁ ଡରି ଧର୍ମତ୍ୟାଗ ନ କରିବାକୁ ସେ ପ୍ରଚାର କରୁଥିଲେ। ତାଙ୍କ ନେତୃତ୍ୱରେ ଆଦିବାସୀମାନେ ଏକତ୍ରିତ ହୋଇ ଇଂରେଜମାନଙ୍କ ବିରୁଦ୍ଧରେ ସଶସ୍ତ୍ର ବିପ୍ଳବ କରିବାପାଇଁ ଆଗଭର ହେବାର ଦେଖି ଇଂରେଜ ଶାସକ ପ୍ରମାଦ ଗଣିଲେ। ଦେଶଦ୍ରୋହ ଅପରାଧରେ ତାଙ୍କୁ ଦୁଇବର୍ଷ କାରାଦଣ୍ଡ ଦିଆଗଲା। ଏଥିପାଇଁ ତାଙ୍କୁ ରାଞ୍ଚି ଜେଲ୍‌କୁ ପଠାଇ ଦିଆଗଲା।
ପରବର୍ତ୍ତୀ ସମୟରେ ଜେଲରୁ ମୁକୁଳି ପୁନଃ ଚଳାଇଥିଲେ ମହାସଂଗ୍ରାମ । ଏକଦା ବ୍ରିଟିଶସରକାର ବିର୍ସାଙ୍କ ସନ୍ଧାନ ନ ପାଇବାରୁ ମୁଣ୍ଡାମାନଙ୍କ ଉପରେ ଅମାନୁଷିକ ଅତ୍ୟାଚାର କଲେ ଓ ସେମାନଙ୍କ ଘରେ ନିଆଁ ଲଗାଇ ଦେଲେ। ଏଥିରୁ ସେମାନଙ୍କୁ ରକ୍ଷା କରିବାପାଇଁ ତାଙ୍କ ସହକର୍ମୀ ଡେନକା ମୁଣ୍ଡା ଓ ମାଝିଆ ମୁଣ୍ଡା ସରକାରଙ୍କ ପାଖରେ ଆତ୍ମସମର୍ପଣ କଲେ, ଯେଉଁମାନଙ୍କୁ ପରବର୍ତ୍ତୀ ସମୟରେ ଦେଶରୁ ନିର୍ବାସିତ କରି ଦିଆଯାଇଥିଲା। ଇତିମଧ୍ୟରେ ବିର୍ସାଙ୍କ ଭାଇମାନେ ମଧ୍ୟ ଅମାନୁଷିକ ଭାବେ ହତ୍ୟାର ଶିକାର ହୋଇଥିଲେ, ସରକାର ହାତରେ ।
ତଥାପି ବିର୍ସାଙ୍କ ମନରେ ସ୍ୱାଧୀନତାର ଆଶା ମଉଳି ନ ଥିଲା। କିନ୍ତୁ ବିଧିର ବିଧାନ ଥିଲା ପ୍ରତିକୂଳ । ଜଣେ ବିଶ୍ୱାସଘାତକ ଦ୍ୱାରା ଇଂରେଜ ସରକାର ହାତରେ ଧରାପଡି ଜେଲବରଣ କଲେ ରାଞ୍ଚିରେ । ପାଦରେ କଡ଼ା, ଅଣ୍ଟାରେ ବେଡି ପକାଇ ଦୁର୍ଦ୍ଧର୍ଷ ବ୍ରିଟିଶସରକାର ତାଙ୍କୁ ଦେଇଥିଲେ ଭାରତୀୟ ମୁକ୍ତିସଂଗ୍ରାମର ସବୁଠାରୁ ଭୟଙ୍କର ତଥା ଯନ୍ତ୍ରଣାଦାୟକ ମୃତ୍ୟୁ । ମାତ୍ର ପଚିଶବର୍ଷ ବୟସରେ ଏଇ ମହାନ ବିଦ୍ରୋହୀ ବିର୍ସା ମୁଣ୍ଡା ଅଗଣିତ ଦେଶବାସୀଙ୍କୁ ଶୋକସାଗରରେ ଭସାଇ ୧୯୦୦ ମସିହା ଜୁନ୍ ୯ ତାରିଖ ଦିନ ଶେଷନିଃଶ୍ୱାସ ତ୍ୟାଗକଲେ।
Image Courtesy: The Times of India, The Indian Express and pennews.net
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 month ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

1 month ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

1 month ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

1 month ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago