ଲେଖା: ଦେଵ ତ୍ରିପାଠୀ
ଆବୁଆ ରାଜା ଇତେ ଜାନା,
ମହାରାନୀ ରାଜ ଟୁଡୁ ଜାନା II
ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୁର୍ବାଞ୍ଚଳର ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଲବର ସ୍ଵର ଝଂକୃତ ହୋଇଥିଲା, ‘ଆବୁଆ ରାଜା ଇତେ ଜାନା, ମହାରାନୀ ରାଜ ଟୁଡୁ ଜାନା’ (ମହାରାଣୀଙ୍କ ସାମ୍ରାଜ୍ୟ ପତନ ହେଉ ଏବଂ ଆମ ସାମ୍ରାଜ୍ୟର ପ୍ରତିଷ୍ଠା ହେଉ), ତାହାହିଁ ଥିଲା ବ୍ରିଟିଶ୍ ରାଜ୍ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ଵର। ଏହି ଅନ୍ଦୋଳନର ମୁଖ୍ୟ ସୂତ୍ରଧର ଥିଲେ ବିର୍ସା ମୁଣ୍ଡା। ଭାରତୀୟ ମୁକ୍ତିସଂଗ୍ରାମର ସବୁଠାରୁ ଭୟଙ୍କର ତଥା ଯନ୍ତ୍ରଣାଦାୟକ ମୃତ୍ୟୁ ଲଭିଥିବା ମହାନ କ୍ରାନ୍ତିକାରୀ ମୁକ୍ତିଯୋଦ୍ଧା ବିର୍ସା ମୁଣ୍ଡା ।
ବ୍ରିଟିଶ ଶାସନର ଦାସତ୍ଵରୁ ମୁକ୍ତି ପାଇବା ନିମନ୍ତେ ବିପ୍ଲବୀ ବିର୍ସା ମୁଣ୍ଡାମାନଙ୍କୁ ସଂଘଟିତ କରିବା ନିମନ୍ତେ କାର୍ଯ୍ୟପନ୍ଥା ଆରମ୍ଭ କଲେ। ସେତେବେଳେ ଜାଗିରିଦାର, ଜମିଦାର ଓ ଠିକାଦାରମାନେ ମୁଣ୍ଡା ତଥା ଆଦିବାସୀମାନଙ୍କ ଉପରେ ଅତ୍ୟାଚାର କରିବା ସହିତ ବିଭିନ୍ନ ଭାବରେ ଶୋଷଣ କରୁଥିଲେ ଏବଂ ଭୟଭୀତ କରି ରଖିଥିଲେ। ଏହିଭଳି ଏକ ସନ୍ଧିକ୍ଷଣରେ ମହାନ୍ ବିପ୍ଲବୀ ତଥା ସ୍ଵାଧୀନଚେତା ବିର୍ସା ମୁଣ୍ଡାଙ୍କର ଆବିର୍ଭାବ ଘଟିଥିଲା। ସେ ମୁଣ୍ଡା ସମ୍ପ୍ରଦାୟର ନେତୃତ୍ଵ ନେବା ସଙ୍ଗେ ସଙ୍ଗେ ବ୍ରିଟିଶ୍ ଶାସନର ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ସଂଗ୍ରାମ କରିବାକୁ ପ୍ରବର୍ତ୍ତାଇ ଥିଲେ।
ଗୋରା ଶାସକମାନେ ସେବକ ପଟ୍ଟା ଲେଖାଇ ସରଳ ଗ୍ରାମବାସୀମାନଙ୍କୁ ଗୋତି ଓ ବେଠି ଖଟାଇବା ଓ ଧର୍ମାନ୍ତରଣ କରିବାପଇଁ ବାଧ୍ୟ କରୁଥିବାର ଦେଖି ସେ ସହି ପାରୁ ନ ଥିଲେ। ସେହି ଦିନଠାରୁ ସେ ଫିରିଙ୍ଗି ଶାସନ କବଳରୁ ଓଡ଼ିଶାରୁ ମୁକ୍ତ କରିବାପାଇଁ ଅଣ୍ଟାଭିଡ଼ି ବାହାରି ପଡ଼ିଥିଲେ।
ବଣେଇ, ଗୁରୁଣ୍ଡିଆ, କଳିପଶ ଆଦି ଗ୍ରାମର କୋହ୍ଲ, ଖତିଆର, ମୁଣ୍ଡାକିଷାନ୍ ଆଦିବାସୀମାନଙ୍କୁ ସେ ବ୍ରିଟିଶ୍ ଅତ୍ୟାଚାର ବିଷୟରେ ସଚେତନ କରିଥିଲେ। ସେବକପଟ୍ଟା ନ ଲେଖିବା, ଖଜଣା ନ ଦେବା ଓ ବନ୍ଧୁକ ମୁନକୁ ଡରି ଧର୍ମତ୍ୟାଗ ନ କରିବାକୁ ସେ ପ୍ରଚାର କରୁଥିଲେ। ତାଙ୍କ ନେତୃତ୍ୱରେ ଆଦିବାସୀମାନେ ଏକତ୍ରିତ ହୋଇ ଇଂରେଜମାନଙ୍କ ବିରୁଦ୍ଧରେ ସଶସ୍ତ୍ର ବିପ୍ଳବ କରିବାପାଇଁ ଆଗଭର ହେବାର ଦେଖି ଇଂରେଜ ଶାସକ ପ୍ରମାଦ ଗଣିଲେ। ଦେଶଦ୍ରୋହ ଅପରାଧରେ ତାଙ୍କୁ ଦୁଇବର୍ଷ କାରାଦଣ୍ଡ ଦିଆଗଲା। ଏଥିପାଇଁ ତାଙ୍କୁ ରାଞ୍ଚି ଜେଲ୍‌କୁ ପଠାଇ ଦିଆଗଲା।
ପରବର୍ତ୍ତୀ ସମୟରେ ଜେଲରୁ ମୁକୁଳି ପୁନଃ ଚଳାଇଥିଲେ ମହାସଂଗ୍ରାମ । ଏକଦା ବ୍ରିଟିଶସରକାର ବିର୍ସାଙ୍କ ସନ୍ଧାନ ନ ପାଇବାରୁ ମୁଣ୍ଡାମାନଙ୍କ ଉପରେ ଅମାନୁଷିକ ଅତ୍ୟାଚାର କଲେ ଓ ସେମାନଙ୍କ ଘରେ ନିଆଁ ଲଗାଇ ଦେଲେ। ଏଥିରୁ ସେମାନଙ୍କୁ ରକ୍ଷା କରିବାପାଇଁ ତାଙ୍କ ସହକର୍ମୀ ଡେନକା ମୁଣ୍ଡାମାଝିଆ ମୁଣ୍ଡା ସରକାରଙ୍କ ପାଖରେ ଆତ୍ମସମର୍ପଣ କଲେ, ଯେଉଁମାନଙ୍କୁ ପରବର୍ତ୍ତୀ ସମୟରେ ଦେଶରୁ ନିର୍ବାସିତ କରି ଦିଆଯାଇଥିଲା। ଇତିମଧ୍ୟରେ ବିର୍ସାଙ୍କ ଭାଇମାନେ ମଧ୍ୟ ଅମାନୁଷିକ ଭାବେ ହତ୍ୟାର ଶିକାର ହୋଇଥିଲେ, ସରକାର ହାତରେ ।
ତଥାପି ବିର୍ସାଙ୍କ ମନରେ ସ୍ୱାଧୀନତାର ଆଶା ମଉଳି ନ ଥିଲା। କିନ୍ତୁ ବିଧିର ବିଧାନ ଥିଲା ପ୍ରତିକୂଳ । ଜଣେ ବିଶ୍ୱାସଘାତକ ଦ୍ୱାରା ଇଂରେଜ ସରକାର ହାତରେ ଧରାପଡି ଜେଲବରଣ କଲେ ରାଞ୍ଚିରେ । ପାଦରେ କଡ଼ା, ଅଣ୍ଟାରେ ବେଡି ପକାଇ ଦୁର୍ଦ୍ଧର୍ଷ ବ୍ରିଟିଶସରକାର ତାଙ୍କୁ ଦେଇଥିଲେ ଭାରତୀୟ ମୁକ୍ତିସଂଗ୍ରାମର ସବୁଠାରୁ ଭୟଙ୍କର ତଥା ଯନ୍ତ୍ରଣାଦାୟକ ମୃତ୍ୟୁ । ମାତ୍ର ପଚିଶବର୍ଷ ବୟସରେ ଏଇ ମହାନ ବିଦ୍ରୋହୀ ବିର୍ସା ମୁଣ୍ଡା ଅଗଣିତ ଦେଶବାସୀଙ୍କୁ ଶୋକସାଗରରେ ଭସାଇ ୧୯୦୦ ମସିହା ଜୁନ୍ ୯ ତାରିଖ ଦିନ ଶେଷନିଃଶ୍ୱାସ ତ୍ୟାଗକଲେ।
Image Courtesy: The Times of India, The Indian Express and pennews.net
Spread the love
admin

Recent Posts

Ananta Purushottam Deba Mandira

Ananta Purushottam Deba Mandira Ashoka Nayak It's just 4 kilometres from Khorda towards Nayagarh. My…

4 days ago

ଅରଣା ମଇଁଷି ରହିଛି ଅନାଇ

'ଅରଣା ମଇଁଷି ରହିଛି ଅନାଇ, ମଇଁଷିର ପାଖେ ନଯାଅ ଦନାଇ' ପଦର ଲୌକିକ ଓ ତାତ୍ତ୍ଵିକ ଵ୍ୟାଖ୍ୟା ଗବେଷଣା ଓ…

4 days ago

କମ୍ରେଡ ଗୋବିନ୍ଦ ପ୍ରଧାନ

ଅନ୍ୟ ଜଣେ ବିସ୍ମୃତ ମୁକ୍ତିପାଗଳ ମୁକ୍ତିଯୋଦ୍ଧା ସାଥୀ ଗୋବିନ୍ଦ ପ୍ରଧାନ: "ଲଙ୍ଗଳ ଯା'ର ଜମି ତା'ର" ଆନ୍ଦୋଳନ ଉପସ୍ଥାପନା: ଅମ୍ବିକା…

5 days ago

ବ୍ରହ୍ମା ମନ୍ଦିର

~ ବ୍ରହ୍ମା ମନ୍ଦିର ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ କୋଉ ଅନାଦି କାଳର କଥା l ସୃଷ୍ଟି ସର୍ଜନାରୁ ବିରତ…

2 weeks ago

ଅନନ୍ତ ବାସୁଦେବ ମନ୍ଦିର

~ ଅନନ୍ତ ବାସୁଦେବ ମନ୍ଦିର: ମିଥ୍ୟା ଇତିହାସର ପ୍ରଚାର ପ୍ରସାର ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ ମହା ଶୈବକ୍ଷେତ୍ର ଏକାମ୍ର…

2 weeks ago

ଗଜପତି କପିଳେନ୍ଦ୍ର ଦେବଙ୍କ ତିରୋଧାନ ସମୟର ଆକଳନ

~ ଗଜପତି କପିଳେନ୍ଦ୍ର ଦେବଙ୍କ ତିରୋଧାନ ସମୟର ଆକଳନ ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ ପ୍ରତି ବର୍ଷ 29 ଜୁନରେ…

1 month ago