ଉପସ୍ଥାପନା: ଦେଵ ତ୍ରିପାଠୀ
ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ । ଏଇ ପବିତ୍ର ତିଥିରେ ଉତ୍କଳ ଭୂଖଣ୍ଡର ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଅନୁଷ୍ଠିତ ହୁଏ ଯୋରନ୍ଦା ମେଳା । ସେଇ ମହାର୍ଘ ବେଳାରେ ଲୋକାରଣ୍ୟ ହୋଇଉଠେ ଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହୁଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରନ୍ତି ଯେପରି ।
ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ଯୋରନ୍ଦା ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରୁ ମହିମାଧର୍ମର ଏଇ ମହାମେଳା ଆରମ୍ଭ ହୋଇଥାଏ ।
ଏହି ମହିମାଧର୍ମରେ ସାଧାରଣତଃ ଦୁଇଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି, କୌପୀନଧାରୀ ଓ ବଳ୍‌କଳଧାରୀ । ଦୁଇଗୋଷ୍ଠୀ ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 weeks ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

3 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago