ଉପସ୍ଥାପନା: ଦେଵ ତ୍ରିପାଠୀ
ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ । ଏଇ ପବିତ୍ର ତିଥିରେ ଉତ୍କଳ ଭୂଖଣ୍ଡର ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଅନୁଷ୍ଠିତ ହୁଏ ଯୋରନ୍ଦା ମେଳା । ସେଇ ମହାର୍ଘ ବେଳାରେ ଲୋକାରଣ୍ୟ ହୋଇଉଠେ ଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହୁଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରନ୍ତି ଯେପରି ।
ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ଯୋରନ୍ଦା ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରୁ ମହିମାଧର୍ମର ଏଇ ମହାମେଳା ଆରମ୍ଭ ହୋଇଥାଏ ।
ଏହି ମହିମାଧର୍ମରେ ସାଧାରଣତଃ ଦୁଇଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି, କୌପୀନଧାରୀ ଓ ବଳ୍‌କଳଧାରୀ । ଦୁଇଗୋଷ୍ଠୀ ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
Spread the love
admin

Recent Posts

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

3 days ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

3 days ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

6 days ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 week ago

ଦଶପଲ୍ଲା ଗଡ଼

ଦଶପଲ୍ଲା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଅଧୁନା ନୟାଗଡ଼ ଜିଲ୍ଲା ପୂର୍ବରୁ ଚାରି ଗଡଜାତରେ ବିଭକ୍ତ ଥିଲା ଯଥା,…

1 week ago

ମା’ ଚର୍ଚ୍ଚିକା

~ ବାଙ୍କୀଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା' ଚର୍ଚ୍ଚିକା ଠାକୁରାଣୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ବା ଉତ୍କଳ…

2 weeks ago