ଲେଖା: ଶ୍ରୀଜଗନ୍ନାଥଙ୍କ ଜନୈକ ଚରଣାଶ୍ରିତ
~ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ~
କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥଙ୍କର ଅନ୍ୟ ସବୁ ବେଶ ପରି ଏହି ବେଶ ମଧ୍ୟ ଖୁବ ସୁନ୍ଦର। ଶ୍ରୀଜଗନ୍ନାଥ ଧର୍ମ ଓ ବିଭିନ୍ନ ସଂପ୍ରଦାୟର ଦେବତା ଭାବରେ ପରିଗଣିତ ହେଲେ ହେଁ ମୁଖ୍ୟତଃ ବିଷ୍ଣୁ ରୂପରେ ସେ ଆରାଧ୍ୟ।
କଥିତ ଅଛି ରାମାନୁଜାଚାର୍ଯ୍ୟ ଏହି ବେଶ ସଂଦର୍ଶନ କରି ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଉକ୍ତ ଦିନ ଶ୍ରୀ ସମ୍ପ୍ରଦାୟର ମହୋତ୍ସବ କରାଇଥିଲେ।। ତେଣୁ ଖ୍ରୀଷ୍ଟିୟ ଦ୍ୱାଦଶ ଶତାବ୍ଦୀରୁ ଏହି ବେଶର ପ୍ରଚଳନ ହୋଇଥିବାର ଅନୁମାନ କରାଯାଏ।
   
କାର୍ତ୍ତିକ ଶୁକ୍ଳ ଏକାଦଶୀ ଦିନ ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ଶେଷ ହେବା ପରେ “ଲକ୍ଷ୍ମୀନାରାୟଣ ଵା ଠିଆକିଆ” ବେଶ ହୋଇଥାଏ। ଉପରୋକ୍ତ ବେଶ ଥାଇ ଜୀଊମାନଙ୍କର ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ, ଭୋଗମଣ୍ଡପ ଇତ୍ୟାଦି ନୀତି ହୋଇଥାଏ। ସ୍ୱର୍ଣ୍ଣ ଅଳଙ୍କାର, ପୁଷ୍ପମାଲ୍ୟ, ପାଟବସ୍ତ୍ର ଇତ୍ୟାଦିରେ ପୁଷ୍ପାଳକ ସେବକମାନେ ତିନି ଠାକୁରଙ୍କୁ ଏହି ବେଶରେ ଭୂଷିତ କରିଥାନ୍ତି।
ଉଲ୍ଲେଖଯୋଗ୍ୟ ଯେ ଏହି ମାସରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ରାଧାଦାମୋଦର ବେଶରେ ଠାକୁରମାନେ ଶ୍ରୀହସ୍ତରେ ନଳୀଭୁଜ ଧାରଣ କରୁଥିବା ବେଳେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରୀଭୁଜ ଓ ଶଙ୍ଖ, ଚକ୍ର, ହଳ, ମୁଷଳ ଓ କେତେକ ଅଧିକ ସ୍ୱର୍ଣ୍ଣ ଅଳଙ୍କାର ଧାରଣ କରିଥାନ୍ତି। ସୁଭଦ୍ରାଙ୍କ ବେଶରେ କିଛି ପରିବର୍ତ୍ତନ ହୁଏ ନାହିଁ। ଏତଦବ୍ୟତୀତ ସୁନାବେଶ ଭଳି ଏହି ବେଶରେ ଠାକୁରମାନଙ୍କ ମସ୍ତକରେ ସ୍ୱର୍ଣ୍ଣକିରୀଟ ଶୋଭାପାଏ ଓ କିରୀଟ ପଛ ପାର୍ଶ୍ଵରେ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ତେବେ ରାଜବେଶରେ ତିନିଗୋଟି ସୁନା କିରୀଟ ଲାଗି ହୁଅନ୍ତି। ଏହି ବେଶ ସ୍ନାନନୀତି ପରେ ଆରମ୍ଭ ହୁଏ ଏବଂ ବାଳଧୂପ ପର୍ଯ୍ୟନ୍ତ ରହେ। କାର୍ତ୍ତିକ ମାସରେ ବାଳଧୂପ କରାଯାଏ।
ଏହି ବେଶର ଅନ୍ୟନାମ ହେଲା ଠିଆକିଆ ବେଶ। ମସ୍ତକରେ ସୁବର୍ଣ୍ଣ କିଆ ଠିଆ ଭାବରେ ଲାଗି ହେଉଥିବାରୁ ଏହି ବେଶର ନାମ ଏପରି କରାଯାଇଛି।
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 month ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

1 month ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

1 month ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

1 month ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago