ଶ୍ରୀଜଗନ୍ନାଥ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ବନକଲାଗି

ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ମାନବୀୟ ଲୀଳାର ଅନନ୍ଯ ନିଦର୍ଶନ, ଦୈନିକ ପୁନଃପୁନଃ ଧୂପ, ଦୀପର ଧୁଆଁଳିଆ ଗୁଳୁଗୁଳି ଓ ଆର୍ଦ୍ରତା ପ୍ରଭାବରେ ଶ୍ରୀଜିଉମାନଙ୍କର ମୁଖମଣ୍ତଳ ବିବର୍ଣ୍ଣିତ ହେବା ଯୋଗୁ ପ୍ରତିମାସରେ ହାରାହାରି ଦୁଇଥର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ ।
ନିୟମ ଅନୁଯାୟୀ ବୁଧବାର କିମ୍ବା ଗୁରୁବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।
କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ।
ରଙ୍ଗ ସହିତ କସ୍ତୁରୀ ଓ କେଶରଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।
ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ ସତ, ମାତ୍ର କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ ।
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

1 week ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

2 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago