ଶ୍ରୀଜଗନ୍ନାଥ

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ବନକଲାଗି

ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ମାନବୀୟ ଲୀଳାର ଅନନ୍ଯ ନିଦର୍ଶନ, ଦୈନିକ ପୁନଃପୁନଃ ଧୂପ, ଦୀପର ଧୁଆଁଳିଆ ଗୁଳୁଗୁଳି ଓ ଆର୍ଦ୍ରତା ପ୍ରଭାବରେ ଶ୍ରୀଜିଉମାନଙ୍କର ମୁଖମଣ୍ତଳ ବିବର୍ଣ୍ଣିତ ହେବା ଯୋଗୁ ପ୍ରତିମାସରେ ହାରାହାରି ଦୁଇଥର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ ।
ନିୟମ ଅନୁଯାୟୀ ବୁଧବାର କିମ୍ବା ଗୁରୁବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।
କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ।
ରଙ୍ଗ ସହିତ କସ୍ତୁରୀ ଓ କେଶରଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।
ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ ସତ, ମାତ୍ର କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ ।
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 week ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

1 week ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

2 weeks ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

2 weeks ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

2 weeks ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

2 weeks ago