ଉପସ୍ଥାପନା: ଶିଶିର ସାହୁ ମନୋଜ ଦିନେ ଭୋଜରାଜଙ୍କ ପୁତ୍ର ପାରିଧୀ କରିବାକୁ ଯାଇଥିଲେ କିନ୍ତୁ ନଅରକୁ ଫେରି ନ ଆସି ରାତ୍ରହେବାରୁ ନିବିଡ଼ ଅରଣ୍ୟ ମଧ୍ୟରେ ଅଗତ୍ୟା ରହିଗଲେ । ରାତି ହୋଇଯିବାରୁ ଜଙ୍ଗଲର ବିଭିନ୍ନ ହିଂସ୍ରଜନ୍ତୁଙ୍କ ଠାରୁ ରକ୍ଷା ପାଇବା ହେତୁ ସେ ଏକ ଭାଲୁ ସହ ମିତ୍ରତା କଲେ । ରାଜପୁତ୍ର ଓ ଭାଲୁ ଦୁହେଁ ଗୋଟିଏ ଗଛ ଉପରେ ଚଢ଼ି ରାତ୍ରୀଯାପନ କଲେ । ରାତ୍ରୀର ପ୍ରଥମ ଅଂଶରେ ଭାଲୁ ତା’ ଗୋଡ଼କୁ ଲମ୍ଵେଇ ଗଛଡାଳରେ ବସିଲା ଓ ରାଜପୁତ୍ର ଭାଲୁର କୋଳରେ ସୁଖନିଦ୍ରା ଗଲେ । ଏହି ସମୟରେ ଗଛ ତଳକୁ ବାଘ ଆସି ଭାଲୁକୁ ବିନତି କରି କହିଲା, “ତୁ ଗୋଡ଼କୁ ଖସାଇ ଦେ; ରାଜପୁତ୍ର ତଳକୁ ପଡି଼ଗଲେ ମୁଁ ତାକୁ ଖାଇବି” କିନ୍ତୁ ଭାଲୁ କହିଲା, “ରାଜପୁତ୍ର ମୋର ମିତ୍ର, ମୁଁ ମିତ୍ରଦ୍ରୋହ କରିବିନି” ଏହା ଶୁଣି ବାଘ ଫେରିଗଲା ହେଲେ ଗଲାବେଳେ କହିଗଲା, “ଆରେ ଦୁଇଗୋଡି଼ଆ (ମଣିଷ)ଙ୍କୁ ଭରସା ନାହିଁ !” ରାତ୍ରୀର ଶେଷାଂଶକୁ ରାଜପୁତ୍ର ଚେଇଁବ ଓ ଭାଲୁ ଶୋଇବ, ଏହିପରି କଥା ଆଗରୁ ଠିକ ହୋଇଥିବାରୁ ରାଜପୁତ୍ର ନିଦରୁ ଉଠି ଗଛ ଉପରେ ଗୋଡ଼ ଲମ୍ବାଇ ବସିଲା ଏବଂ ଭାଲୁ ତା’ କୋଳରେ ଶୋଇଲା । କିନ୍ତୁ ବାଘର ପୂର୍ବ କଥିତ ଉପଦେଶ ମନେରଖି ରାଜପୁତ୍ରର ଅଜ୍ଞାତସାରରେ ଆପଣା ନଖକୁ ଗଛ କୋରଡ଼ରେ ବିଦ୍ଧ କରିଦେଇଥାଏ । ପାହାନ୍ତା ହେଲାବେଳକୁ ବାଘ ଆସି ରାଜାପୁଅକୁ କହିଲା, “ଆରେ ଭାଲୁଟା ହିଂସ୍ରଜନ୍ତୁ, ସେ ତୋତେ ଖାଇଯିବ; ତୁ ଗୋଡ଼ ଛାଡି଼ ଦେ, ଭାଲୁଟା ଖସିପଡୁ଼, ମୁଁ ତାକୁ ଖାଇଯିବି !” ରାଜାପୁଅ ଏକଥା ଶୁଣି ଗୋଡ଼ଟା ଖସେଇ ଦେଲା ହେଲେ ଭାଲୁ ଆଗରୁ ଗଛ କୋରଡ଼ରେ ନଖ ବିଦ୍ଧ କରିଥିବାରୁ ତଳେ ନପଡି ଯାଇ ଅଳ୍ପକେ ବର୍ତ୍ତିଗଲା । ସକାଳ ହେଲାରୁ ଭାଲୁ ରାଜପୁତ୍ରକୁ କହିଲା, “ତୁ ମିତ୍ରଦ୍ରୋହୀ ହେଲୁ କିନ୍ତୁ ମୁଁ ହେବି ନାହିଁ ସେଥିପାଇଁ ତୋତେ ପ୍ରାଣଦଣ୍ଡ ନଦେଇ ଛାଡ଼ି ଦେଉଛି !” ତହିଁପରେ ଭାଲୁ ରାଜପୁତ୍ର ଜିଭରେ ଚାରୋଟି ଅକ୍ଷର ଲେଖିଦେଲା . . “ସ-ସେ-ମି-ରା” ! ତହୁଁ ରାଜପୁତ୍ର ପାଗଳ ହୋଇ ବୁଲିଲା, ସେ ଖାଲି ସସେମିରା ସସେମିରା କହୁଥାଏ । କେତେଦିନ ପରେ ରାଜପୁତ୍ରର ସନ୍ଧାନ ପାଇ ଭୋଜରାଜ ତାକୁ ରାଜନବରକୁ ଅଣାଇଲେ, ହେଲେ ରାଜପୁତ୍ର ପ୍ରଗଳ୍ଭ ହୋଇଯାଇଥାଏ । ତାକୁ ଭଲ କରିବା ପାଇଁ ବହୁଚେଷ୍ଟା କରି ବିଫଳ ହେଲାରୁ ଶେଷରେ ରାଜା ଦେଶଯାକରେ ଘୋଷଣା କଲେ ଯେ କେହି ଯଦି ତାଙ୍କ ପୁତ୍ରକୁ ଭଲ କରିଦେବ ତାକୁ ସେ ତାଙ୍କ ରାଜ୍ୟରୁ ଅର୍ଦ୍ଧେକ ଦେବେ ! ଏହାର ବହୁ ପୂର୍ବରୁ ଭୋଜରାଜ ତାଙ୍କ ସ୍ତ୍ରୀଙ୍କର ଆବୃତ୍ତ ଅଙ୍ଗରେ ତିଳଚିହ୍ନ ଥିବା ବିଷୟକ କଥା କହିଥିବାରୁ କାଳିଦାସଙ୍କୁ ଦେଶାନ୍ତର ଦଣ୍ଡ ଦେଇଥିଲେ ହେଲେ ଭୋଜରାଜଙ୍କ ମନ୍ତ୍ରୀ ଗୁପ୍ତରେ ତାଙ୍କୁ ଗୃହରେ ଆଶ୍ରୟ ଦେଇଥାନ୍ତି… ରାଜାଙ୍କ ପୁତ୍ର ଅସୁସ୍ଥ ହେବା ତଥା ରାଜାଙ୍କ ଘୋଷଣା କଥା ଶୁଣି ମନ୍ତ୍ରୀଙ୍କୁ କାଳିଦାସ କହିଲେ ମୁଁ ନାରୀବେଶ ଧାରଣକରି ଆପଣଙ୍କ ସହିତ ନଅରକୁ ଯିବି ଆପଣ ରାଜାଙ୍କୁ କହିବେ ଏ ମୋର କନ୍ୟା ଏବଂ ଏ ଆପଣଙ୍କ ପୁତ୍ରକୁ ଠିକ୍ କରିଦେବ . . ତାହା ହିଁ ହେଲା ! ମନ୍ତ୍ରୀ ଜଣକ ସ୍ତ୍ରୀବେଶଧାରୀ ଅବଗୁଣ୍ଠିତ କାଳିଦାସଙ୍କୁ ନେଇ ନଅରରେ ପହଞ୍ଚିଲେ । ରାଜା ସବୁ ଶୁଣି ଆଦେଶ ଦେଲାରୁ ଅବଗୁଣ୍ଠିତ କାଳିଦାସ ରାଜପୁତ୍ର କାନରେ ସସେମିରା ଶବ୍ଦର ଆଦ୍ୟ ଅକ୍ଷର ବିଶିଷ୍ଟ ଚାରୋଟି ପୂର୍ଣ୍ଣାବୟବ ଶ୍ଳୋକ ବୋଇଲେ … ୧. ସ = ୨. ସେ = ୩. ମି = ୪. ରା = ରାଜପୁତ୍ର, ସ୍ତ୍ରୀ ବେଶଧାରୀ କାଳିଦାସଙ୍କ ଠାରୁ ସମେମିରା ଚାରୋଟି ଅକ୍ଷରର ଚାବି ସ୍ଵରୂପ ଚାରୋଟି ଶ୍ଲୋକ ଶୁଣିଲା ମାତ୍ରକେ ତାହାର ବାତୁଳପଣ ଛାଡି଼ଗଲା । ତତ୍ ପରେ ସେ ଉକ୍ତ ଦିନ ଘଟିଥିବା ଘଟଣାମାନ ଭୋଜରାଜଙ୍କୁ କହିବସିଲା ! ଭୋଜରାଜ ସସେମିରା ଘଟଣା ଶୁଣି ଆଶ୍ଚର୍ଯ୍ୟଚକିତ ହୋଇ ସ୍ତ୍ରୀ ବେଶଧାରୀ କାଳିଦାସଙ୍କୁ ଉପଲକ୍ଷ୍ୟ କରି ବୋଇଲେ, “ଗୃହେ ବସତି କୌମାରି ! ଏ ଶ୍ଲୋକର ପ୍ରତ୍ୟୁତ୍ତରରେ ଅବଗୁଣ୍ଠବାନ ସ୍ତ୍ରୀ ବେଶଧାରୀ କାଳିଦାସ କହିଲେ, “ଦେବଦ୍ବିଜ ପ୍ରସାଦେନ ଜିହ୍ଵାଗ୍ରେ ଭୋଜରାଜା ଯେତେବେଳେ ଜାଣିଲେ ଯେ ସ୍ତ୍ରୀ ବେଶଧାରୀ ବ୍ୟକ୍ତି ସ୍ବୟଂ କାଳିଦାସ ସେ ତାଙ୍କ ପ୍ରତି କରିଥିବା ନିଜ ପୂର୍ବ ଅନ୍ୟାୟ ପାଇଁ ପଶ୍ଚାତାପ କରିବା ସହ କାଳିଦାସଙ୍କୁ କୃତଜ୍ଞତା ଜଣାଇ ବହୁ ରତ୍ନ ପ୍ରଦାନପୂର୍ବକ ତାଙ୍କର ଭୁରି ଭୁରି ପ୍ରଶଂସା କରିଲେ | ଆଈ ମା’ କାହାଣୀ ସମେମିରା ଏତିକି । ଆଧାର: ପୂର୍ଣ୍ଣଚନ୍ଦ୍ର ଭାଷାକୋଷ | |
ଲେଖା: ଅମ୍ବିକା ପଟ୍ଟନାୟକ ∼ ଆଚାର୍ଯ୍ୟ ଶ୍ରୀଧର ସ୍ୱାମୀ : ଭାବାର୍ଥ ଦୀପିକା ବାଣୀ ∼ ମୂକଂ କରୋତି ବାଚାଳମ…
ଲେଖା: ଅମୃତେଶ ଖଟୁଆ ∼ କବି ଲେଖନୀରେ ଜାତି ଐରାବତ ∼ ଓଡ଼ିଆ ଜାତି ପାଇଁ ତାଙ୍କର ଅପରିମେୟ ଅବଦାନ…
ଲେଖା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ ~ ଉତ୍ତରେଶ୍ଵର ମହାଦେବ ମନ୍ଦିର ~ ଦିନ ଥିଲା, ବିରୂପା ତଟରେ…
କୁମ୍ଭେଶ୍ୱର ମହାଦେବ ମନ୍ଦିର ଉପସ୍ଥାପନା: ଅମର ପ୍ରସାଦ ଓ ଶ୍ରୀକାନ୍ତ ସିଂହ ଆଠଗଡ଼ର ଚିର ହରିତ ପ୍ରକୃତି, ଶାନ୍ତ-ସ୍ନିଗ୍ଧ ବାତାବରଣ…
ମାଣବସା ଗୁରୁବାର ଉପସ୍ଥାପନା: ଅମୃତେଶ ଖଟୁଆ ଲକ୍ଷ୍ମୀ ମାଆ ଦେଖିଲେ ଯାଇ ନଗରୀ-ପ୍ରାନ୍ତରେ ଚଣ୍ଡାଳର କୁଟୀରଟିଏ ଅତୁଳ ଛବି ଧରେ…