ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶାବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶାବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ॥
ବିବାହିତା ହିନ୍ଦୁ ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି ॥
~ ବ୍ରତ କାହାଣୀ ~
ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି । ବ୍ରତ ହରାଇ ବିକଳ ଭାବେ କ୍ରନ୍ଦନ କରୁଥିବା ବେଳେ ନଳ ରାଜା ତାଙ୍କର ଦୁଃଖ ଦୂର କରିବା ପାଇଁ ସତ୍ୟବଦ୍ଧ ହୋଇ ନିଜ ରାଣୀଙ୍କ ଠାରୁ ବ୍ରତ ଆଣି ବ୍ରାହ୍ମଣୀଙ୍କୁ ଦେଛନ୍ତି । ବ୍ରତଟି ଲକ୍ଷ୍ମୀଙ୍କ ପ୍ରତୀକ ହୋଇଥିବାରୁ ବ୍ରତଦାନ କଲେ ଲକ୍ଷ୍ମୀଛଡ଼ା ହେବାର କଥିତ ଥିବାରୁ ରାଣୀ ଅତ୍ୟନ୍ତ କୁଣ୍ଠାର ସହ ବ୍ରତଟିକୁ ଦେଇଛନ୍ତି । ବ୍ରତଦାନ ପରେ ତାଙ୍କର ସକଳ ସମ୍ପଦ, ସୁଖ, ଐଶ୍ଵର୍ଯ୍ୟ ଅପହୃତ ହୋଇ ରାଜା ଓ ରାଣୀ ଲକ୍ଷ୍ମୀଛଡ଼ା ଓ ଶ୍ରୀହୀନ ହୋଇ ପଡ଼ିଛନ୍ତି । ଯାବତୀୟ ଦୁଃଖ ଦୁର୍ଦ୍ଦଶା ଭୋଗ କଲାପରେ ରାଣୀ ପୁନଶ୍ଚ ଯଥାବିଧି ସୁଦଶାବ୍ରତ ପାଳନ କରିବାପରେ ସେମାନଙ୍କର ସମସ୍ତ ଅପହୃତ ସୁଖ ସୌଭାଗ୍ୟ ଫେରି ଆସିଛି ॥
॥ ଜୟ ମା ଲକ୍ଷ୍ମୀ ॥ ଜୟ ମା ଲକ୍ଷ୍ମୀ ॥
Image Courtesy: Cuttack Puja Festivals
Spread the love
admin

Recent Posts

ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର

~ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ~ ଗବେଷଣା ଓ ଉପସ୍ଥାପନା: ସନ୍ତୋଷ କୁମାର ପଟ୍ଟନାୟକ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରର ଇତିହାସ…

3 weeks ago

ଚଢେୟା ନାଟ

~ ଚଢେୟା ନାଟ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ଜନଜୀବନ ନାନାବିଧ ପ୍ରଥା, ପରମ୍ପରା ଓ ଐତିହ୍ୟ-ସମୃଦ୍ଧ ଓ…

3 weeks ago

ଲଙ୍କାପୋଡ଼ି ଯାତ୍ରା

~ ଲଙ୍କାପୋଡ଼ି ଯାତ୍ରା ~ ଉପସ୍ଥାପନା: ଦେଵ ତ୍ରିପାଠୀ ଐତିହାସିକ ସଂଗ୍ରାମୀ ଚରିତ୍ର ଦୋରା ବିଷୋୟୀଙ୍କ ଜନମମାଟି କନ୍ଧମାଳ (ତତ୍କାଳୀନ…

3 weeks ago

ଉତ୍କଳ ସାହିତ୍ୟ ସମାଜ

~ ଉତ୍କଳ ସାହିତ୍ୟ ସମାଜ ~ ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ପ୍ରଥମ ଦୁଇତୃତୀୟାଂଶ କାଳରେ ଓଡ଼ିଶାର ଜାତୀୟ…

3 weeks ago

ହୋଲି

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି…

3 weeks ago

କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା

~ ଉତ୍କଳରେ କାଠି ଠାକୁରାଣୀ (ଖମ୍ବେଶ୍ଵରୀ) ପୂଜା ପରମ୍ପରା ~ ଉପସ୍ଥାପନା: ନୟାଗଡ଼ ଇତିହାସ ଓଡ଼ିଶା ଇତିହାସ ଲେଖକ ପଣ୍ଡିତ…

3 weeks ago