ଲେଖା: ବିଶ୍ୱରଞ୍ଜନ ମହାପାତ୍ର
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶାବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶାବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ॥
ବିବାହିତା ହିନ୍ଦୁ ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି ॥
~ ବ୍ରତ କାହାଣୀ ~
ଜନୈକା ବିଧବା ବ୍ରାହ୍ମଣୀ ନଦୀରୁ ଜଳ ଆଣିବା ସମୟରେ ନିଜ ବ୍ରତଟିକୁ ହଜାଇ ଦେଇଛନ୍ତି । ବ୍ରତ ହରାଇ ବିକଳ ଭାବେ କ୍ରନ୍ଦନ କରୁଥିବା ବେଳେ ନଳ ରାଜା ତାଙ୍କର ଦୁଃଖ ଦୂର କରିବା ପାଇଁ ସତ୍ୟବଦ୍ଧ ହୋଇ ନିଜ ରାଣୀଙ୍କ ଠାରୁ ବ୍ରତ ଆଣି ବ୍ରାହ୍ମଣୀଙ୍କୁ ଦେଛନ୍ତି । ବ୍ରତଟି ଲକ୍ଷ୍ମୀଙ୍କ ପ୍ରତୀକ ହୋଇଥିବାରୁ ବ୍ରତଦାନ କଲେ ଲକ୍ଷ୍ମୀଛଡ଼ା ହେବାର କଥିତ ଥିବାରୁ ରାଣୀ ଅତ୍ୟନ୍ତ କୁଣ୍ଠାର ସହ ବ୍ରତଟିକୁ ଦେଇଛନ୍ତି । ବ୍ରତଦାନ ପରେ ତାଙ୍କର ସକଳ ସମ୍ପଦ, ସୁଖ, ଐଶ୍ଵର୍ଯ୍ୟ ଅପହୃତ ହୋଇ ରାଜା ଓ ରାଣୀ ଲକ୍ଷ୍ମୀଛଡ଼ା ଓ ଶ୍ରୀହୀନ ହୋଇ ପଡ଼ିଛନ୍ତି । ଯାବତୀୟ ଦୁଃଖ ଦୁର୍ଦ୍ଦଶା ଭୋଗ କଲାପରେ ରାଣୀ ପୁନଶ୍ଚ ଯଥାବିଧି ସୁଦଶାବ୍ରତ ପାଳନ କରିବାପରେ ସେମାନଙ୍କର ସମସ୍ତ ଅପହୃତ ସୁଖ ସୌଭାଗ୍ୟ ଫେରି ଆସିଛି ॥
॥ ଜୟ ମା ଲକ୍ଷ୍ମୀ ॥ ଜୟ ମା ଲକ୍ଷ୍ମୀ ॥
Image Courtesy: Cuttack Puja Festivals
Spread the love
admin

Recent Posts

ଓଗାଳ

~ ଗୋପାଳଙ୍କ ଓଗାଳ ~ ଲେଖା: ନିରଞ୍ଜନ ସାହୁ ଆଜି ପବିତ୍ର ଫଗୁଦଶମୀ। ପୁରପଲ୍ଲୀ ଉତ୍ସବ ମୁଖର। ନନ୍ଦସୁତ କହ୍ନାଇ…

2 weeks ago

ଜଳଖିଆ

~ ଜଳଖିଆ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେଉଁ ସ୍ଥାନକୁ ସ୍ବୟଂ ବିଷ୍ଣୁ ଭୋଜନ ପାଇଁ ବାଛିଥିଲେ ସେ…

3 weeks ago

ଉଠ କଙ୍କାଳ

~ ଉଠ କଙ୍କାଳ ରଚନାର ପୃଷ୍ଠଭୂମି ~ ଉପସ୍ଥାପନା: ଦେଵ ତ୍ରିପାଠୀ "ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ…

4 weeks ago

ହାତଖଣ୍ଡି ଗୌରାଙ୍ଗ ଦାସ

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…

2 months ago

ଭକ୍ତକବି ମଧୁସୂଦନ ରାଓ

~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…

2 months ago

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…

2 months ago