ଲେଖା: ଶିଶିର ସାହୁ ମନୋଜ
ଆଜି ଯେଉଁଠାରେ ସୋନପୁର ଅଛି ସେଠାରେ ଆଗେ ସହର ନଥାଇ ଗୋଟିଏ ଛୋଟ ଗାଆଁ ଥିଲା । ସେ ଗାଆଁରେ ଜଣେ ଶିବଭକ୍ତ ସାଧବ ଥିଲେ ।
ଦିନେ ସେ ବହୁତ ଗୁଡି଼ଏ ଲଦା ବଳଦ ଘେନି ତେଲ ନଦୀ ଆରପାରିକୁ ବେପାର କରିବାକୁ ବାହାରିଥିଲେ । ସେହି ଗାଆଁରୁ ଖଣ୍ଡେ ଦୂର ଯାଇଛନ୍ତି କି ନାହିଁ ଭାରି ବର୍ଷା ଲାଗିରହିଲା । ସେ ଉପାୟଶୂନ୍ୟ ହୋଇ ନିକଟସ୍ଥ ଏକ ବଟବୃକ୍ଷ ମୂଳେ ଆଶ୍ରୟ ନେଲେ । ବରଗଛ ମୂଳରେ ଶିବଲିଙ୍ଗ ଭଳି ପଥରଟିଏ ପଡି଼ରହିଥିବାର ସେ ଦେଖିବାକୁ ପାଇଲେ ।
ଘରୁ ବଳଦ ପିଠିରେ ଲଦା ହୋଇ ଅଣାଯାଇଥିବା ଦ୍ରବ୍ୟ ମୁଣି ମଧ୍ୟରୁ କେତୋଟି ଫାଟି ଯାଇଥିବାରୁ ତାକୁ ସିଲେଇ କରିବାକୁ ଡାମ୍ଫଣ ସୁତା କାଢି ଢାମ୍ଫଣକୁ ଗୋଜିଆ କରିବାପାଇଁ
ମହାଜନ ଆଉ ବେପାର କ’ଣ କରିଯିବେ ଖୁସିରେ ଘରକୁ ଫେରିଲେ । ରାତିରେ ତାଙ୍କୁ ସ୍ଵପ୍ନ ହେଲା, “ସେ ପଥରଖଣ୍ଡିକ ନିଜେ ସୁବର୍ଣ୍ଣ ମେରୁ” ବୌଦ୍ଧ ରାଜ୍ୟ ହୋଇଥିବାରୁ ଆଉ ଲୋକ ତାଙ୍କୁ ପୂଜା କରୁନାହାନ୍ତି, ସେ ଅପୂଜ୍ୟ ହୋଇ ବହୁବର୍ଷ ହେଲା ଏଠାରେ ପଡିରହିଛନ୍ତି । ତୁମ୍ଭେ ସୁବର୍ଣ୍ଣ ମେରୁ ମହାଦେବଙ୍କ ଆଦେଶ ବୋଲି ସୋମବଂଶୀ ରାଜାଙ୍କୁ ଯାଇ ଜଣାଅ”
ରାତି ପାହିଲାରୁ ମହାଜନ ରାଜାଙ୍କ ନିକଟକୁ ଯାଇ ପୂର୍ବ ଘଟଣା ମାନ ସବୁ କହିଲେ ।
ରାଜା ସବୁ ଜାଣି ଆଗ୍ରହ ସହକାରେ ଯାଇ ସେହି ବରଗଛ ମୂଳରୁ ସୁବର୍ଣ୍ଣ ମେରୁ ମହାଦେବଙ୍କୁ ଆଣି ତେଲ ନଦୀର ଉତ୍ତର ଖଣ୍ଡିରେ ସ୍ଥାପନା କରି ତାଙ୍କ ପୂଜା ସେବାର ସବୁ ବ୍ୟବସ୍ଥା କରିଦେଲେ ।
ପ୍ରବାଦ ଅଛି, ସେଦିନ ସେଠାରେ ସ୍ଵର୍ଣ୍ଣବୃଷ୍ଟି ହେଲା ଫଳରେ ସେ ରାଜ୍ୟର ନାମ ସୁବର୍ଣ୍ଣ ମେରୁ ମହାଦେବଙ୍କ ନାମ ଓ ତାଙ୍କ ସୁବର୍ଣ୍ଣ ବୃଷ୍ଟି ମହିମା ଯୋଗୁଁ ସୁବର୍ଣ୍ଣପୁର ହେଲା । ଏହାର ବହୁବର୍ଷ ପରେ ପାଟଣା ରାଜା ସେଠାରେ ଏକ ମନ୍ଦିର ତୋଳାଇଥିଲେ ଯାହା ଅଦ୍ୟପି ମଧ୍ଯ ବିଦ୍ୟମାନ ।
© ଶିଶିର ସାହୁ ମନୋଜ
~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…
~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…
~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…
ଲେଖା: ନିରଞ୍ଜନ ସାହୁ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ…
ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ଗୋଟିଏ କଥା ମନରେ ଉଠେ, ଯେଉଁ…
ଲେଖା: ନିରଞ୍ଜନ ସାହୁ ଶ୍ରଦ୍ଧେୟ ବାଜି ! ସାଷ୍ଟାଂଗ ଦଣ୍ଡବତ ପ୍ରଣାମ ଘେନିବା ହୁଅ। ନା, ତମେ ଯେ ସାଷ୍ଟାଂଗ…