ଲେଖା: ଡାକ୍ତର କିଶୋର ବିଶ୍ୱଜିତ ଜେନା
ରଥଯାତ୍ରା ଠାରୁ ୪ଦିନ ଅର୍ଥାତ  ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ !
ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ଵାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି ।
ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରୀ ସାହି ବାଟେ ଫେରି ଆସନ୍ତି !
ଜଗନ୍ନାଥ ନିଜ କଥା ରଖିବାରେ ଅସଫଳ ହେବାରୁ ଫେରିବା ଦିନ ବଳଭଦ୍ର ଓ ସୁଭଦ୍ରା ନିଳାଦ୍ରୀ ମଣ୍ଡପକୁ ବିଜେ କଲେ ମଧ୍ୟ ପ୍ରଭୁଙ୍କ ପାଇଁ ଦ୍ଵାର ବନ୍ଦ ରହେ । ଏହା ଲକ୍ଷ୍ମୀନାରାୟଣ କଳି ଭାବେ ପରିଚିତ ।
ଶ୍ରୀମନ୍ଦିର ଇତିହାସରୁ ଜଣାଯାଏ, ହେରାପଞ୍ଚମୀ ଉତ୍ସବ ମହାରାଜା କପିଳେନ୍ଦ୍ରଦେବଙ୍କ ସମୟରୁ ପାଳିତ ହୋଇଆସୁଅଛି । ଏହାପୂର୍ବରୁ ଏହି ଉତ୍ସବ କେବଳ ପ୍ରତୀକାତ୍ମକ ଭାବେ ଏକ ପୂଜାମନ୍ତ୍ର ବିଧିରେ ପାଳିତ ହେଉଥିଲା ।
ମାଦଳାପାଞ୍ଜିର ବର୍ଣ୍ଣନାନୁସାରେ, ସେତେବେଳେ ମା’ ମହାଲକ୍ଷ୍ମୀ ଓ ଶ୍ରୀଜଗନ୍ନାଥଙ୍କୁ ଦୀପ ତଥା ଅନ୍ୟାନ୍ୟ ପବିତ୍ର ଦ୍ରବ୍ୟରେ ପୂଜା କରାଯାଉଥିଲା । ପରବର୍ତ୍ତୀ ସମୟରେ ରାଜା କପିଳେନ୍ଦ୍ର ଦେବଙ୍କ ଦ୍ଵାରା ମହାଲକ୍ଷ୍ମୀଙ୍କ ଏକ ସୁବର୍ଣ୍ଣ ପ୍ରତିମା ନେଇ ଲୌକିକ ପୂଜାଚାର ପଦ୍ଧତିରେ ମହାଡମ୍ବରରେ ଏହି ଉତ୍ସବ ପାଳନ କରାଗଲା ।
ଏହି ପବିତ୍ର ହେରାପଞ୍ଚମୀ  ପାଳନ ମାଧ୍ୟମରେ ସାମାଜିକ ଜୀବନରେ ସ୍ଵାମୀ ଓ ସ୍ତ୍ରୀ ମଧ୍ୟରେ ଅନାବିଳ ପ୍ରେମର ଏକ ଭିନ୍ନ ପରିପ୍ରକାଶ ହେବା ସହ ଏହା ଗୃହସ୍ଥମାନଙ୍କ ପାଇଁ ଏକ ଶିକ୍ଷଣୀୟ ଚଳଣୀର ବାର୍ତ୍ତା ବହନ କରୁଛି ।
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

1 week ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

2 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago