ଲେଖା: ଡାକ୍ତର କିଶୋର ବିଶ୍ୱଜିତ ଜେନା
ରଥଯାତ୍ରା ଠାରୁ ୪ଦିନ ଅର୍ଥାତ  ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ !
ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ଵାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି ।
ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରୀ ସାହି ବାଟେ ଫେରି ଆସନ୍ତି !
ଜଗନ୍ନାଥ ନିଜ କଥା ରଖିବାରେ ଅସଫଳ ହେବାରୁ ଫେରିବା ଦିନ ବଳଭଦ୍ର ଓ ସୁଭଦ୍ରା ନିଳାଦ୍ରୀ ମଣ୍ଡପକୁ ବିଜେ କଲେ ମଧ୍ୟ ପ୍ରଭୁଙ୍କ ପାଇଁ ଦ୍ଵାର ବନ୍ଦ ରହେ । ଏହା ଲକ୍ଷ୍ମୀନାରାୟଣ କଳି ଭାବେ ପରିଚିତ ।
ଶ୍ରୀମନ୍ଦିର ଇତିହାସରୁ ଜଣାଯାଏ, ହେରାପଞ୍ଚମୀ ଉତ୍ସବ ମହାରାଜା କପିଳେନ୍ଦ୍ରଦେବଙ୍କ ସମୟରୁ ପାଳିତ ହୋଇଆସୁଅଛି । ଏହାପୂର୍ବରୁ ଏହି ଉତ୍ସବ କେବଳ ପ୍ରତୀକାତ୍ମକ ଭାବେ ଏକ ପୂଜାମନ୍ତ୍ର ବିଧିରେ ପାଳିତ ହେଉଥିଲା ।
ମାଦଳାପାଞ୍ଜିର ବର୍ଣ୍ଣନାନୁସାରେ, ସେତେବେଳେ ମା’ ମହାଲକ୍ଷ୍ମୀ ଓ ଶ୍ରୀଜଗନ୍ନାଥଙ୍କୁ ଦୀପ ତଥା ଅନ୍ୟାନ୍ୟ ପବିତ୍ର ଦ୍ରବ୍ୟରେ ପୂଜା କରାଯାଉଥିଲା । ପରବର୍ତ୍ତୀ ସମୟରେ ରାଜା କପିଳେନ୍ଦ୍ର ଦେବଙ୍କ ଦ୍ଵାରା ମହାଲକ୍ଷ୍ମୀଙ୍କ ଏକ ସୁବର୍ଣ୍ଣ ପ୍ରତିମା ନେଇ ଲୌକିକ ପୂଜାଚାର ପଦ୍ଧତିରେ ମହାଡମ୍ବରରେ ଏହି ଉତ୍ସବ ପାଳନ କରାଗଲା ।
ଏହି ପବିତ୍ର ହେରାପଞ୍ଚମୀ  ପାଳନ ମାଧ୍ୟମରେ ସାମାଜିକ ଜୀବନରେ ସ୍ଵାମୀ ଓ ସ୍ତ୍ରୀ ମଧ୍ୟରେ ଅନାବିଳ ପ୍ରେମର ଏକ ଭିନ୍ନ ପରିପ୍ରକାଶ ହେବା ସହ ଏହା ଗୃହସ୍ଥମାନଙ୍କ ପାଇଁ ଏକ ଶିକ୍ଷଣୀୟ ଚଳଣୀର ବାର୍ତ୍ତା ବହନ କରୁଛି ।
Spread the love
admin

Recent Posts

ଓଡ଼ିଆ ସାହିତ୍ୟର ଇତିହାସ

~ ଓଡ଼ିଆ ସାହିତ୍ୟର ଇତିହାସ ~ ଉପସ୍ଥାପନା: ନିରଞ୍ଜନ ସାହୁ ସାହିତ୍ୟ ହେଉଛି ମୂଳତଃ ମଣିଷର। ଜୀବନର ବିବିଧ ପରିଧି…

24 hours ago

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି ଉପସ୍ଥାପନା: ଅନିଲ କୁମାର ପାଣିଗ୍ରାହୀ ଆବିର୍ଭାବ: ୧୧ ଅଗଷ୍ଟ ୧୯ଠ୬ ତିରୋଧାନ: ୬ ଏପ୍ରିଲ ୧୯୯୪…

1 day ago

ଶ୍ରୀଚୈତନ୍ୟଙ୍କ ଦେହାବସାନ

~ ଶ୍ରୀଚୈତନ୍ୟଙ୍କ ଦେହାବସାନ: ବିଭିନ୍ନ ସୂତ୍ର ଆକଳନ ~ ଉପସ୍ଥାପନା: ଅମ୍ବିକା ପଟନାୟକ ଷୋଡଶ ଶତାବ୍ଦୀରେ ଭାରତରେ ଯେଉଁ ଭକ୍ତିଧାରା…

1 day ago

ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ

~ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ ~ ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଇତିହାସ…

1 week ago

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା…

1 week ago

ସୀତାବିଞ୍ଜ

ସୀତାବିଞ୍ଜ ଉପସ୍ଥାପନା: ଘନଶ୍ୟାମ ପଲେଇ କେନ୍ଦୁଝର ଜିଲ୍ଲାର ଘନ ଅରଣ୍ୟର ବକ୍ଷରେ ଅବସ୍ଥିତ #ସୀତାବିଞ୍ଜ ଓଡ଼ିଶାର ଅନ୍ୟତମ ପ୍ରାଚୀନ ପ୍ରତ୍ନତାତ୍ତ୍ୱିକ କ୍ଷେତ୍ର।…

1 week ago