ଓଡ଼ିଆଙ୍କ ପାନ
ବଟୁଆର ପାନ ମଧ୍ୟ ଦୁନିଆକୁ ଦେଖାଏ ଓଡ଼ିଆ ଜାତିର ମହାନତା ! ଓଡ଼ିଆକୁ ପର ହାତଭଙ୍ଗା ପାନ ରୁଚେନା ! ଗାଁ ଗହଳିରେ ଓଡ଼ିଆ ଘରକୁ ଅତିଥି ଆସିଲେ, ଓଡ଼ିଆ ଅଣଓଡ଼ିଆ ବାବୁଙ୍କ ପରି ଚୂନଟିକିଏ, ଗୁଆ ନିଖିଏ ରେ ଚେପଟା ପାନଖଣ୍ଡେ ଲବଙ୍ଗ ମାରି ଆଣି ଦିଏନା । ସେ ଆଣି ଥୋଇଦିଏ ତା’ର ବଟୁଆ ବା ପାନପେଡି ! ବଟୁଆରେ ପାନ ଅଛି, ଚୂନ ଅଛି, ଗୁଆ ଅଛି, ଖଇର, ଜାଇଫଳ, ଗୁଣ୍ଡି, ଅଳେଇଚ ସବୁ ଅଛି, ଅତିଥିଦେବତା ତାଙ୍କ ମନକୁ ପାଇଲା ପରି ପାନ ଦି’ ଖଣ୍ଡ ଭାଙ୍ଗିନେବେ . .